Masthead

୨୪ ଘଣ୍ଟାରେ ସୃଷ୍ଟି ହେବ ଲଘୁଚାପ!

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦଶହରାକୁ ଭିଜାଇବ ବର୍ଷା । ଦଶହରାରେ  ଅଧିକ ବର୍ଷା  ହୋଇପାରେ । ମିଆଁମାରରେ ସୃଷ୍ଟି  ଲଘୁଚାପ ୩୦ ତାରିଖ ବେଳକୁ ଓଡ଼ିଶା ଉପକୂଳ ବଙ୍ଗୋପସାଗରକୁ ଆସିପାରେ । ୨ ତାରିଖ ବେଳକୁ ଏହା ଓଡ଼ିଶା ଉପକୂଳ ପାଖରେ ରହିବ ବୋଲି ପୂର୍ବାନୁମାନ କରାଯାଇଛି । ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବ । ଆଗାମୀ ୨୪ ଘଣ୍ଟାରେ ସୃଷ୍ଟି ହେବ ଲଘୁଚାପ । ଯାହାର ପ୍ରଭାବରେ କେନ୍ଦୁଝର, ମୟୂରଭଞ୍ଜ ସମେତ ଉତ୍ତର ଉପକୂଳ ଓଡ଼ିଶାରେ ପ୍ରଚଣ୍ଡ ବଜ୍ରପାତ ସହ ଅତିପ୍ରବଳ ବର୍ଷା ଲାଗିରହିବ । ଏହି ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ପ୍ରବଳ ବର୍ଷା ନେଇ ସୁନ୍ଦରଗଡ଼, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଭଦ୍ରକ, ବାଲେଶ୍ୱରକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଗୋଟିଏ ଲଘୁଚାପ ଦୁର୍ବଳ ହେଲା ବେଳକୁ ଆଉ ଏକ ଲଘୁଚାପ ୨୫ ସେପ୍ଟେମ୍ବର ବେଳକୁ ଦାନା ବାନ୍ଧୁଛି । ପୂର୍ବକେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । ପରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି,୨୬ ସେପ୍ଟେମ୍ବର ବେଳକୁ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଆଡ଼କୁ ମୁହାଁଇବ ।

ପରେ ଅଧିକ ଘନୀଭୂତ ହୋଇ ଲଘୁଚାପ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଅଵପାତର ରୂପ ନେବ । ଏହା ୨୭ ସେପ୍ଟେମ୍ବରରେ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ଅଛି । ୨୫ରୁ ୨୭ ସେପ୍ଟେମ୍ବର ମଧ୍ୟରେ  ଆନ୍ଧ୍ର ପ୍ରଦେଶ – ଓଡ଼ିଶା – ପଶ୍ଚିମବଙ୍ଗ ଉପକୂଳରେ ସମୁଦ୍ର ଅଶାନ୍ତ ରହିବ । ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ଏଥିପାଇଁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ନ ଯିବାକୁ ପରାମର୍ଶ ଦିଆଯାଇଛି । 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼