ରଣକ୍ଷେତ୍ର ପାଲଟିଲା ଲୋୟର ପିଏମଜି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପଞ୍ଚାୟତ ପ୍ରତିନିଧିଙ୍କ କ୍ଷମତା ସଙ୍କୁଚିତ ଅଭିଯୋଗରେ ବିଜେଡିର ପ୍ରତିବାଦ ବେଳେ ଖଣ୍ଡଯୁଦ୍ଧ । ଭାଙ୍ଗିଲେ ବ୍ୟାରିକେଡ୍, ବିଧାନସଭା ଆଗକୁ ଧସେଇ ପଶିବା ବେଳେ ପୋଲିସ ସହ ଧସ୍ତାଧସ୍ତି। ଆନ୍ଦୋଳନକାରୀଙ୍କୁ ଘଉଡ଼ାଇବାକୁ ପାଣି ମାଡ଼। ଗାନ୍ଧୀ ମାର୍ଗରେ ଗର୍ଜିଲା ବିଜେଡି। ରଣକ୍ଷେତ୍ର ପାଲଟିଲା ଲୋୟର ପିଏମଜି। ପୁଲିସ-ବିଜେଡି କର୍ମୀଙ୍କ ମଧ୍ୟରେ ଖଣ୍ଡଯୁଦ୍ଧ। ୨ଟି ବ୍ୟାରିକେଡ୍ ଭାଙ୍ଗିଲେ ବିଜେଡି କର୍ମୀ। ବିଧାନସଭା ଆଡ଼କୁ ଅଗ୍ରସର ବେଳେ ବିକ୍ଷୋଭକାରୀଙ୍କୁ ଉଠାଇନେଲା ପୁଲିସ।

ସରକାର ବିରୋଧୀ ନାରା ଦେବା ସହ ଆନ୍ଦୋଳନକାରୀ ୨ଟି ବ୍ୟାରିକେଡ୍ ଭାଙ୍ଗିଛନ୍ତି। ତ୍ରିସ୍ତରୀୟ ପଞ୍ଚାୟତିରାଜ ବ୍ୟବସ୍ଥାରେ ଜନପ୍ରତିନିଧିଙ୍କ କ୍ଷମତାକୁ ସଙ୍କୁଚିତ ଅଭିଯୋଗରେ ବିଧାନସଭା ଘେରାଉ କରିଛି ବିଜେଡି। ବିକ୍ଷୋଭରେ ସରପଞ୍ଚ, ୱାର୍ଡମେମ୍ବର, ସମିତି ସଭ୍ୟ, ଜିଲ୍ଲା ପରିଷଦ ସଦସ୍ୟ, ବ୍ଲକ ଅଧ୍ୟକ୍ଷ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ପ୍ରମୁଖ ସାମିଲ ହୋଇଛନ୍ତି। ବିଜେଡି କର୍ମୀମାନେ ବିଧାନସଭା ଆଡ଼କୁ ଅଗ୍ରସର ବେଳେ ପୁଲିସ ବିକ୍ଷୋଭକାରୀମାନଙ୍କୁ ଉଠାଇ ନେଇଛି। ପ ସୁରକ୍ଷା ଦୃଷ୍ଟିରୁ ଲୋୟର ପିଏମଜିରେ ୨୮ ପ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ