Masthead

ବିିଜେଡି ଅଫିସର ଆଶିଷ ସିଂହଙ୍କୁ ଡେପୁଟେସନ୍ ଛାଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କେନ୍ଦ୍ରୀୟ ଡେପୁଟେସନରେ ଯିବେ ଆଇପିଏସ ଆଶିଷ ସିଂହ । ଇଣ୍ଡୋ ତିବୋତାନ ବୋର୍ଡର ପୋଲିସ(ITBP)ର IG ହେବେ । ୫ ବର୍ଷ ଯାଏ ଏହି ପଦବୀରେ ରହିବେ ଆଶିଷ ସିଂହ । ୨୦୦୪ ବ୍ୟାଚର ବରିଷ୍ଠ IPS ଆଶିଷ ସିଂହ। ତୁରନ୍ତ କାର୍ଯ୍ୟରେ ଯୋଗ ଦେବାକୁ କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି । ଗତ ସାଧାରଣ ନିର୍ବାଚନ ବେଳେ ମିଛ କହି ମେଡିକାଲ୍ ଲିଭରେ ଥିଲେ ଆଶିଷ ସିଂ। ଆଶିଷ ସିଂ ନିର୍ବାଚନ ବେଳେ ସେତେବେଳର ଶାସକ ଦଳ ପ୍ରତି ଅନୁକମ୍ପା ଦେଖାଉଥିବା ଅଭିଯୋଗ କରି ମୁଖ୍ୟ ନିର୍ବାଚନ କମିଶନରଙ୍କୁ ଫେରାଦ ହୋଇଥିଲା କେନ୍ଦ୍ର ବିଜେପି। ଏପ୍ରିଲ ୫ ତାରିଖରେ ଇସିଆଇଙ୍କ ନିର୍ଦ୍ଦେଶ କ୍ରମେ ଆଶିଷ ସିଂଙ୍କୁ ସେଣ୍ଟ୍ରାଲ ରେଞ୍ଜ IG ପଦରୁ ହଟାଯାଇଥିଲା।

ପରେ ତାଙ୍କୁ ଆଇଜି- ସିଏମ ସିକ୍ୟୁରିଟି ପଦବୀରେ ଅବସ୍ଥାପିତ କରାଯାଇଥିଲା। ହେଲେ ସେ ବିଜେଡି ନିର୍ବାଚନ ପ୍ରଚାର ପାଇଁ ରଣନୀତି ତିଆରି କରୁଥିବା ଅଭିଯୋଗ ହୋଇଥିଲା। ମେଡିକାଲ ଲିଭରେ ଥିବା ଆଶିଷ ସିଂଙ୍କ ସ୍ୱାସ୍ଥ୍ୟବସ୍ଥା ଯାଞ୍ଚ ପାଇଁ ନିର୍ଦ୍ଦେଶ ଦେଇଥିଲେ ଭାରତୀୟ ନିର୍ବାଚନ କମିଶନ। ଭୁବନେଶ୍ୱର ଏମ୍ସର ସ୍ୱତନ୍ତ୍ର ମେଡିକାଲ ବୋର୍ଡ ରିପୋର୍ଟ ଆଧାରରେ ଜଣାପଡ଼ିଥିଲା ଯେ, ଆଶିଷ ମିଛ କହି ଛୁଟିରେ ଥିଲେ। ତେଣୁ ତାଙ୍କ ବିରୋଧରେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ନିଆଯାଉ ବୋଲି ମୁଖ୍ୟ ଶାସନ ସଚିବଙ୍କୁ ECIଙ୍କ ନିର୍ଦ୍ଦେଶ ଦେଇଥିଲେ। ପରେ ଆଇପିଏସ ଆଶିଷ ସିଂଙ୍କୁ ଗୃହ ବିଭାଗର ଓଏସଡି ଭାବେ ବଦଳି କରିଥିଲେ ରାଜ୍ୟ ସରକାର।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼