Masthead

ପାନୀୟ ଜଳରୁ ବଞ୍ଚିତ ଲୁହୁରାମୁଣ୍ଡା ଗ୍ରାମବାସୀ

ବଲାଙ୍ଗିର (ବଡ଼ ଖବର ବ୍ୟୁରୋ): ବଲାଙ୍ଗିର ଜିଲ୍ଲା ଲୋଇସିଂହା ଥାନା ତଥା ଆଗଲପୁର ବ୍ଲକ ଲୁହୁରାମୁଣ୍ଡା ଗ୍ରାମର ସରକାରୀ ଜାଗାରେ ହେଇଥିବା ପାନୀୟ ଜଳ ଯୋଗାଣ ପ୍ରକଳ୍ପ ଓଭର ହେଡ଼ ଟ୍ୟାଙ୍କକୁ ବନ୍ଦ କରି ଗ୍ରାମର ପୁଡ଼ୁ ନାଗ ନାମକ ଜନୈକ ବ୍ୟକ୍ତି ରାସ୍ତା ଅବରୋଧ କରିଛନ୍ତି । ପାନୀୟ ଜଳ ପ୍ରକଳ୍ପ ନିର୍ମାଣ ହୋଇଥିବା ସ୍ଥାନକୁ ସେ ନିଜର ଜମି ବୋଲି ଦାବି କରି ଜଳ ଯୋଗାଣକୁ ବନ୍ଦ କରି ଦେଇଛନ୍ତି ।

ଫଳରେ ଗତ ୩ ଦିନ ହେଲା ଲୁହୁରାମୁଣ୍ଡା ଗ୍ରାମବାସୀ ପାନୀୟ ଜଳ ପାଇବାରୁ ବଞ୍ଚିତ ରହିଛନ୍ତି । ଗ୍ରାମର ଶତାଧିକ ବ୍ୟକ୍ତି ତଥା ୧୦ ଟି ସ୍ୱୟଂ ସହାୟିକା ଗୋଷ୍ଠୀର ମହିଳା ଆସି ପୁଡ଼ୁ ନାଗଙ୍କୁ ବୁଝାସୁଝା କରିଥିଲେ ମଧ୍ୟ କୌଣସି ସୁଫଳ ମିଳିପାରି ନାହିଁ । ସରକାରୀ ଜମିକୁ ନିଜର ଜମି ବୋଲି ଦାବି କରି ପୁଡୁ ନାଗ ଆପତ୍ତି କରିବାରୁ ଗ୍ରାମକୁ ଜଳ ଯୋଗାଣ ବନ୍ଦ ରହିଥିବା ଜଣାଯାଇଛି । ଏ ନେଇ ଗ୍ରାମରେ ଉତେଜନା ପ୍ରକାଶ ପାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା