Masthead

ସିଂହବାହିନୀ ବେଶରେ ଦର୍ଶନ ଦେଉଛନ୍ତି ମା’ ଭଦ୍ରକାଳୀ

ଭଦ୍ରକ(ବଡ଼ ଖବର ବ୍ୟୁରୋ): ମା’ ଭଦ୍ରକାଳୀଙ୍କ ସପ୍ତମାତୃକା ବେଶର ଆଜି ଚତୁର୍ଥ ଦିନ। ତେଣୁ ଆଜି ମା’ ସିଂହବାହିନୀ ବେଶରେ ଭକ୍ତମାନଙ୍କୁ ଦର୍ଶନ ଦେଉଛନ୍ତି। ସକାଳେ ପହଡ ଖୋଲିଵା ପରେ ମାଆଙ୍କର ନୀତିକାନ୍ତି ଆରମ୍ଭ ହୋଇଥିଲା।  ଏହି ବେଶ ଦର୍ଶନ କଲେ ମା’ଙ୍କର ଅପାର କରୁଣା ଲାଭ ହେବା ସହିତ ପାପ କ୍ଷୟ  ହୋଇଥାଏ। ସେହିପରି ଏଠାକୁ ଆସୁଥିବା ଶ୍ରଦ୍ଧାଳୁମାନଙ୍କ ସମସ୍ତ ମନସ୍କାମନା ପୂର୍ଣ୍ଣ ହୋଇଥାଏ ବୋଲି ବିଶ୍ଵାସ ରହିଛି। ପରମ ବୈଷ୍ଣବୀ ମା ଭଦ୍ରକାଳୀଙ୍କ ଏହି ବେଶ ଦର୍ଶନ କରିବାକୁ ଶକ୍ତି ପୀଠରେ ବହୁ ଶ୍ରଦ୍ଧାଳୁ ଭକ୍ତମାନଙ୍କ ଭିଡ଼ ଦେଖିବାକୁ ମିଳିଥାଏ। କିନ୍ତୁ ଚଳିତ ବର୍ଷ କୋଭିଡ କଟକଣା ଯୋଗୁଁ ଭକ୍ତ ଶୂନ୍ୟ ହୋଇଛି ଭଦ୍ରକାଳୀ ପୀଠ। କରୋନା କଟକଣା ଯୋଗୁଁ ଏଥର ଫିକା ପଡିଛି ମା’ଙ୍କ ପୂଜା । କେବଳ ବିଧି ଅନୁଯାୟୀ ମା’ଙ୍କ ପୂଜା ଅନୁଷ୍ଠିତ ହେଉଛି । ମା’ ତାଙ୍କ ବାହନ ସିଂହ ଉପରେ ନାଲିପାଟ ବସ୍ତ୍ର ପରିଧାନ କରି ସ୍ୱର୍ଣ୍ଣ ଓ ରୌପ୍ଯ ଅଳଙ୍କାରରେ ଭୂଷିତ ହୋଇ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି । ସେହିପରି ଚାରି ହସ୍ତରେ ଖଡ୍ଗ, ତ୍ରିଶୂଳ, ଶଙ୍ଖ, ଚକ୍ର ଧାରଣ କରି ଚତୁର୍ଦ୍ଧାମୂର୍ତ୍ତିରେ ପ୍ରକଟ ହୋଇଛନ୍ତି ମା’ ।

ଓଡିଶା ପ୍ରସିଦ୍ଧ ଭଦ୍ରକାଳୀ ପୂଜା ଭଦ୍ରକରେ ପାଳନ କରାଯାଉଛି । ପ୍ରତିବର୍ଷ ଏହି ଅବସରରେ ଭଦ୍ରକାଳୀଙ୍କ ପୀଠରେ ସପ୍ତମାତୃକା ବେଶ ଅନୁଷ୍ଠିତ ହୋଇଥାଏ । ମା’ ଭଦ୍ରକାଳୀ ସଦା ସର୍ବଦା ବିଶ୍ଵମାତା ରୂପରେ ଭକ୍ତଙ୍କୁ ଦର୍ଶନ ଦିଅନ୍ତି । ହେଲେ ଜଗତ କଲ୍ୟାଣ ପାଇଁ କାଳୀପୂଜା ଠାରୁ ସାତଦିନ ଧରି ମା’ ସପ୍ତମାତୃକା ବେଶରେ ଭକ୍ତମାନଙ୍କୁ ଦର୍ଶନ ଦେଇଥାଆନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା