ମନ୍ଦିରରୁ ସ୍ଥାନାନ୍ତର ହେଲା ମା’ ଭଟ୍ଟାରିକାଙ୍କ ବିଗ୍ରହ

ବଡ଼ମ୍ବା  (ବଡ଼ ଖବର ବ୍ୟୁରୋ): ମହାନଦୀର ଉପର ମୁଣ୍ଡରେ ବର୍ଷା ହେଉଥିବାରୁ କଟକ ଜିଲ୍ଲା ବଡମ୍ବାର ଅଧିଷ୍ଠାତ୍ରୀ ଦେବୀ ମା’ ଭଟ୍ଟାରିକାଙ୍କ ମନ୍ଦିରରେ ବନ୍ୟାଜଳ ପ୍ରବେଶ କରିଛି । ମନ୍ଦିର ବେଢ଼ା ଓ ଗର୍ଭଗୃହରେ ମହାନଦୀର ବନ୍ୟାଜଳ ପ୍ରବେଶ କରିଛି । ଏଥିପାଇଁ ମା’ଙ୍କ ବିଗ୍ରହକୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରିତ କରାଯାଇଛି । ରତ୍ନଗିରି ପାହାଡ଼ରେ ଥିବା ବନ୍ୟା ଆଶ୍ରୟସ୍ଥଳକୁ ମା’ଙ୍କ ବିଗ୍ରହ ସ୍ଥାନାନ୍ତରିତ କରାଯାଇଛି । ଆଜି ମା’ଙ୍କୁ ବନ୍ୟା ଆଶ୍ରୟ ସ୍ଥଳୀରେ ପୂଜାର୍ଚ୍ଚନା କରାଯିବ ।

ମନ୍ଦିରକୁ ସାଧାରଣ ଭକ୍ତଙ୍କୁ ବାରଣ କରାଯାଇଛି । ମନ୍ଦିରରେ ମା’ଙ୍କର ପୂଜା ରୀତିରେ ଯେମିତି କୌଣସି ବ୍ୟାଘାତ ନଘଟେ ସେଥିପ୍ରତି ବଡମ୍ବା ଦେବୋତର ବିଭାଗ ତରଫରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ସେପଟେ ଭଟ୍ଟାରିକାରେ ୧୪୪ ଧାରା ଲାଗୁ କରାଯାଇଛି । ମନ୍ଦିର ବେଢ଼ା ସମେତ ଗର୍ଭଗୃହରେ ପାଣି ପଶିବାରୁ କଟକଣା ଲାଗୁ କରଯାଇଛି । କଟକଣା ଜାରି କଲେ ବଡ଼ମ୍ବା ତହସିଲଦାର । ସିଂହନାଥ ପୀଠରେ ମଧ୍ୟ କଟକଣା ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’