Masthead

ଘଟଗାଁ ତାରିଣୀଙ୍କ ପୀଠରେ ମହା ଆଡ଼ମ୍ବରରେ ପାଳିତ ହେଉଛି ପଣା ପର୍ବ

ହରିଚନ୍ଦନପୁର(ବଡ଼ ଖବର ବ୍ୟୁରୋ):  ଆଜି ମହାବିଷୁବ ପଣା ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷ । ଏହି ଅବସରରେ ଆଜି ରାଜ୍ୟବ୍ୟାପୀ ଉତ୍ସବ ମୁଖର ହୋଇଉଠିଥିବା ବେଳେ ଘଟଗାଁ ପୀଠରେ ଏହି ମହାବିଷୁବ ପଣା ପର୍ବକୁ ମହାଆଡମ୍ବରରେ ପାଳନ କରାଯାଉଛି । କାରଣ ଆଜିର ଦିନକୁ ମା ତାରିଣୀଙ୍କର ଜନ୍ମ ଦିବସ ଭାବେ ପାଳନ କରାଯାଏ । ମାଙ୍କର ସେବାୟତମାନେ ଆଜି ଭୋର ୪ଟାରୁ ମାଙ୍କୁ ପ୍ରଥମେ ମହାସ୍ନାନ, ମାଜଣା, ବଡସିଂହାର ବେଶ, ଷୋଳଶ ଉପଚାର ପୂଜା କରିବା ସହିତ ମାଙ୍କର ସମସ୍ତ ନିତିକାନ୍ତି ସମ୍ପର୍ଣ୍ଣ କରି ମାଙ୍କୁ ସୁନାବେଶରେ ସୁସଜ୍ଜିତ କରନ୍ତି । ପରେ ମା’ଙ୍କ ପାଖରେ ଆଜି ପ୍ରଥମେ ପଣା ଲାଗି କରାଯାଇଛି । ତେବେ ଏହି ପଣା ପର୍ବରେ ମା ତାରିଣୀଙ୍କୁ ଦର୍ଶନ କରିବା ପାଇଁ ଆଜି ସକାଳୁ ସକାଳୁ ଶ୍ରଦ୍ଧାଳୁ ମାନଙ୍କର ଲମ୍ବା ଲାଇନ୍ ଲାଗିଛି । ଅନ୍ୟପକ୍ଷରେ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ