Masthead

ହାତବାନ୍ଧି ବସିଛି ମଣିଷ, ମେସିନ କରୁଛି କାମ

ଚାନ୍ଦବାଲି(ବଡ଼ ଖବର ବ୍ୟୁରୋ): ମେସିନ କରୁଛି ମଣିଷଙ୍କ କାମ । ମହାତ୍ନାଗାନ୍ଧି ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନାରେ ମଣିଷ ବଦଳରେ ମେସିନ କରୁଛି କାମ । କରୋନା ମାହାମରୀ ପାଇଁ ହାତରେ ହାତ ବାନ୍ଧି ବସିଛି ଶ୍ରମିକ । ରୋଜଗାର ଅଶାରେ ବାହାର ରାଜ୍ୟକୁ ଯାଉଛି ଦାଦନ ଖଟି । ଏଭଳି ସ୍ଥିତରେ ନରେଗା କାମକୁ ଜୋରଦାର କରିବା ସହ ଏଥିରେ କିଭଳି ଅଧିକରୁ ଅଧିକ ଶ୍ରମିକ କାମ ପାଇବେ ସେଥିପାଇଁ ଦୃଷ୍ଟି ଦେବାକୁ ସ୍ଥାନୀୟ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ ସରକାର । ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକରେ କିନ୍ତୁ ଦେଖିବାକୁ ମିଳିଛି ଏହାର ବ୍ୟତିକ୍ରମ । ଚାନ୍ଦବାଲି ବ୍ଲକ ଖଦାଳପୋଖରୀ ପଞ୍ଚାୟତର ଭୀମପୁର ଗାଁ ପୋଖରୀକୁ ଖୋଳିବା ପାଇଁ ନରେଗା ଯୋଜନାରେ ଆଦେଶ ଆସିଥିଲା । ଉଦେଶ୍ୟ ଥିଲା ଲୋକେ କର୍ମ ନିଯୁକ୍ତି ପାଇବା ସହ ପୋଖରୀର ଉନ୍ନତୀକରଣ ହେବ । ଏଠି କିନ୍ତୁ ଦିନ ଦ୍ୱିପ୍ରହରରେ ପ୍ରଶାସନ ଆଖିରେ ଆଙ୍ଗୁଠି ଗେଞ୍ଜି ମେସିନରେ କରାଯାଉଛି କାମ । ଖାଲି ସେତିକି ନୁହେଁ ଦୋଷ ଲୁଚାଇବା ପାଇଁ ଅନ୍ୟ ପଞ୍ଚାୟାତର କିଛି ଶ୍ରମିକଙ୍କୁ ଆଣି ଏଠାରେ କାମ କରାଯାଉଥିବା ମଧ୍ୟ ଅଭିଯୋଗ ହୋଇଛି । ଏନେଇ ଗ୍ରାମବାସୀ ଜିଲ୍ଲା ପ୍ରକଳ୍ପ ନିର୍ଦ୍ଦେଶକଙ୍କ ନିକଟରେ ଅଭିଯୋଗ କରିଥିଲେ । ଅଭିଯୋଗ ପାଇ ପଡି ଡିଆରଡିଏର ଆଜି ଆମ୍ବୁସଡ ମେମ୍ବର ଲଳିତା ସାହୁ ଘଟଣାସ୍ଥଳରେ ପହଁଚି ତଦନ୍ତ କରିଥିବା ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି