Masthead

ମଦ ବନ୍ଦ ନେଇ ତାତିଲେ ମହିଳା

ବଲାଙ୍ଗିର (ବଡ଼ ଖବର ବ୍ୟୁରୋ): ମଦ ବନ୍ଦ ନେଇ ତାତିଲେ ମହିଳା । ବଲାଙ୍ଗିର ଜିଲ୍ଲା ପୁଇଁତଳା ଥାନା ବିଲାଇସରଡାରେ ଏସ୍ଏଚଜି ମହିଳାଙ୍କ ମଦ ବିରୋଧୀ ଅଭିଯାନ । ଗାଁରେ ବିପୁଳ ପରିମାଣରେ ଦେଶୀ ବିଦେଶୀ ମଦ ବିକ୍ରି ଚାଲିଛି । ମଦ ପିଇ ଲୋକେ ଉତ୍ପାତ କରୁଥିବାରୁ ମହିଳାମାନେ ଅସୁରକ୍ଷିତ ମଣୁଛନ୍ତି । ମଦ ବିକ୍ରି ବନ୍ଦ ଲାଗି ପୋଲିସ ଅବକାରୀ ବିଭାଗକୁ ଜଣାଇବା ପରେ ବି କେହି ଧ୍ୟାନ ଦେଉନାହାନ୍ତି । ତେଣୁ ଗାଁରେ ସମସ୍ତେ ଏକଜୁଟ ହୋଇ ମଦ ବନ୍ଦ ବିରୋଧୀ ଅଭିଯାନ ପାଇଁ ସଂକଳ୍ପ ନେଇଛନ୍ତି । ଏବଂ ଗାଁରେ ଦେଶୀ ବିଦେଶୀ ମଦ ବନ୍ଦ ପାଇଁ ଶୋଭାଯାତ୍ରା କରିବା ସତ୍ତ୍ୱେ ବିଭାଗ କୌଣସି ପଦକ୍ଷେପ ନେଉନି । ତେଣୁ ବାଧ୍ୟ ହୋଇ ଜିଲ୍ଲାପାଳ ଓ ଅବକାରୀ ଅଧୀକ୍ଷକଙ୍କ ଦ୍ୱାରସ୍ଥ ହୋଇଛନ୍ତି ମହିଳାମାନେ । ଏନେଇ ଉପଜିଲ୍ଲାପାଳ ଜିଲ୍ଲାପାଳଙ୍କୁ ଜଣାଇବେ ବୋଲି କହିଛନ୍ତି । ସେପଟେ ବେଆଇନ ମଦ କାରବାର ନେଇ କଡ଼ା କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି ଅବକାରୀ ଅଧୀକ୍ଷକ ସୀତାକାନ୍ତ ମୁଦୁଲି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ