Masthead

ଗଜଉଦ୍ଧାରଣ ବେଶରେ ଦର୍ଶନ ଦେବେ ମହାପ୍ରଭୁ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ପବିତ୍ର ମାଘ ପୂର୍ଣ୍ଣିମା। ଏହି ଅବସରରେ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଗଜୋଦ୍ଧାରଣ ବେଶ ଅନୁଷ୍ଠିତ ହେବ। ମହାପ୍ରଭୁ ଶ୍ରୀଜଗନ୍ନାଥ ଏହି ବେଶରେ ଚତୁର୍ଭୁଜ ହୋଇ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ ଧାରଣ କରି ଗରୁଡ ଉପରେ ବସିବା ଭଙ୍ଗୀରେ ଥାଇ ଲକ୍ଷ୍ମୀ ପ୍ରତିମାଙ୍କୁ କୋଳରେ ଧାରଣ କରିବେ । ଶ୍ରୀବଳଭଦ୍ର ଚତୁଃହସ୍ତରେ ଶଙ୍ଖ, ଚକ୍ର, ହଳ, ମୂଷଳ ଧାରଣ କରି ବାସୁଦେବଙ୍କ ରୂପରେ ବିରାଜମାନ କରିବେ ।

ସେହିପରି ଦେବୀ ସୁଭଦ୍ରା ଶ୍ରୀକୃଷ୍ଣଙ୍କ ସଦୃଶ ପାଦ ଛନ୍ଦି ଏକ ପଦ୍ମ କଢ଼ ଧରି ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ । ମଧ୍ୟାହ୍ନ ଧୂପ ପରେ ଶ୍ରୀମନ୍ଦିର ରତ୍ନ ସିଂହାସନ ଉପରେ ମହାପ୍ରଭୁଙ୍କ ଏହି ବେଶ ଅନୁଷ୍ଠିତ ହେବ । ମଧାହ୍ନ ଧୂପ ପରେ ମଇଲମ ହେବାପରେ ସିଂହାରୀ ସେବକଙ୍କ ଦ୍ୱାରା ଗଜ ଉଦ୍ଧାରଣ ବେଶ ହୋଇଥାଏ। ସନ୍ଧ୍ୟାଧୂପ ଶେଷ ପରେ ସର୍ବସାଧାରଣ ଦର୍ଶନ ବା ସାହାଣ ମେଲା ଅନୁଷ୍ଠିତ ହୁଏ । ସାହାଣ ମେଲା ଦର୍ଶନ ପରେ ମହାସ୍ନାନ ହୋଇ ଶ୍ରୀଜୀଉମାନଙ୍କ ଅନ୍ୟାନ୍ୟ ନୀତି ହୁଏ ।

ପୌରାଣିକ କଥା ବସ୍ତୁ ଅନୁଯାୟୀ ଏକଦା ବରୁଣ ହ୍ରଦରେ ଗଜରାଜ ସ୍ନାନ କରୁଥିବା ବେଳେ କୁମ୍ଭୀର ତାଙ୍କୁ ଆକ୍ରମଣ କରିଥିଲା । ଗଜରାଜ କ୍ଷତବିକ୍ଷତ ଅବସ୍ଥାରେ ବିକଳ ହୋଇ ଉଦ୍ଧାର ପାଇଁ ଭଗବାନଙ୍କୁ ପ୍ରାର୍ଥନା କରିଥିଲେ।‌ ଭକ୍ତର ଡାକ ଶୁଣି ଠାକୁର କୁମ୍ଭୀର କବଳରୁ ଗଜରାଜଙ୍କୁ ଉଦ୍ଧାର କରିଥିଲେ । ସେହି ସ୍ମୃତିରେ ଶହ ଶହ ବର୍ଷ ଧରି ଠାକୁରଙ୍କ ଏହି ଗଜୋଦ୍ଧାରଣ ବେଶ ଶ୍ରୀମନ୍ଦିରରେ ଅନୁଷ୍ଠିତ ହୋଇଆସୁଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସ୍ନାନପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଗଡିଲା ମୁଣ୍ଡ 🔴 ମହାବାହୁଙ୍କ କ୍ଷଣିକ ଦର୍ଶନ ଖେଳାଇବ ଶିହରଣ 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ସ୍ନାନପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଗଡିଲା ମୁଣ୍ଡ 🔴 ମହାବାହୁଙ୍କ କ୍ଷଣିକ ଦର୍ଶନ ଖେଳାଇବ ଶିହରଣ 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ