Masthead

ଗଜଉଦ୍ଧାରଣ ବେଶରେ ଦର୍ଶନ ଦେବେ ମହାପ୍ରଭୁ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ପବିତ୍ର ମାଘ ପୂର୍ଣ୍ଣିମା। ଏହି ଅବସରରେ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଗଜୋଦ୍ଧାରଣ ବେଶ ଅନୁଷ୍ଠିତ ହେବ। ମହାପ୍ରଭୁ ଶ୍ରୀଜଗନ୍ନାଥ ଏହି ବେଶରେ ଚତୁର୍ଭୁଜ ହୋଇ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ ଧାରଣ କରି ଗରୁଡ ଉପରେ ବସିବା ଭଙ୍ଗୀରେ ଥାଇ ଲକ୍ଷ୍ମୀ ପ୍ରତିମାଙ୍କୁ କୋଳରେ ଧାରଣ କରିବେ । ଶ୍ରୀବଳଭଦ୍ର ଚତୁଃହସ୍ତରେ ଶଙ୍ଖ, ଚକ୍ର, ହଳ, ମୂଷଳ ଧାରଣ କରି ବାସୁଦେବଙ୍କ ରୂପରେ ବିରାଜମାନ କରିବେ ।

ସେହିପରି ଦେବୀ ସୁଭଦ୍ରା ଶ୍ରୀକୃଷ୍ଣଙ୍କ ସଦୃଶ ପାଦ ଛନ୍ଦି ଏକ ପଦ୍ମ କଢ଼ ଧରି ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ । ମଧ୍ୟାହ୍ନ ଧୂପ ପରେ ଶ୍ରୀମନ୍ଦିର ରତ୍ନ ସିଂହାସନ ଉପରେ ମହାପ୍ରଭୁଙ୍କ ଏହି ବେଶ ଅନୁଷ୍ଠିତ ହେବ । ମଧାହ୍ନ ଧୂପ ପରେ ମଇଲମ ହେବାପରେ ସିଂହାରୀ ସେବକଙ୍କ ଦ୍ୱାରା ଗଜ ଉଦ୍ଧାରଣ ବେଶ ହୋଇଥାଏ। ସନ୍ଧ୍ୟାଧୂପ ଶେଷ ପରେ ସର୍ବସାଧାରଣ ଦର୍ଶନ ବା ସାହାଣ ମେଲା ଅନୁଷ୍ଠିତ ହୁଏ । ସାହାଣ ମେଲା ଦର୍ଶନ ପରେ ମହାସ୍ନାନ ହୋଇ ଶ୍ରୀଜୀଉମାନଙ୍କ ଅନ୍ୟାନ୍ୟ ନୀତି ହୁଏ ।

ପୌରାଣିକ କଥା ବସ୍ତୁ ଅନୁଯାୟୀ ଏକଦା ବରୁଣ ହ୍ରଦରେ ଗଜରାଜ ସ୍ନାନ କରୁଥିବା ବେଳେ କୁମ୍ଭୀର ତାଙ୍କୁ ଆକ୍ରମଣ କରିଥିଲା । ଗଜରାଜ କ୍ଷତବିକ୍ଷତ ଅବସ୍ଥାରେ ବିକଳ ହୋଇ ଉଦ୍ଧାର ପାଇଁ ଭଗବାନଙ୍କୁ ପ୍ରାର୍ଥନା କରିଥିଲେ।‌ ଭକ୍ତର ଡାକ ଶୁଣି ଠାକୁର କୁମ୍ଭୀର କବଳରୁ ଗଜରାଜଙ୍କୁ ଉଦ୍ଧାର କରିଥିଲେ । ସେହି ସ୍ମୃତିରେ ଶହ ଶହ ବର୍ଷ ଧରି ଠାକୁରଙ୍କ ଏହି ଗଜୋଦ୍ଧାରଣ ବେଶ ଶ୍ରୀମନ୍ଦିରରେ ଅନୁଷ୍ଠିତ ହୋଇଆସୁଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ