Masthead

କୃଷ୍ଣ ବଳରାମ ବେଶରେ ଦର୍ଶନ ଦେବେ ମହାବାହୁ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ଭାଦ୍ରବ ମାସ କୃଷ୍ଣପକ୍ଷ ତ୍ରୟୋଦଶୀ ତିଥି। ଆଜିର ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ କୃଷ୍ଣ ବଳରାମ ବେଶ ଅନୁଷ୍ଠିତ ହେବ । ଏହି ବେଶରେ ଜଗନ୍ନାଥଙ୍କୁ କୃଷ୍ଣ ଓ ଶ୍ରୀ ବଳଭଦ୍ରଙ୍କୁ ବଳରାମ ରୂପରେ ସୁସଜ୍ଜିତ କରାଯିବ । ଦେବୀ ସୁଭଦ୍ରା ଚତୁର୍ଭୁଜ ଧାରଣ କରି ଭିନ୍ନ ଭିନ୍ନ ଆୟୁଧ ସହ ପଦ୍ମାସନରେ ଉପବେସନ କରିବେ । ଉଭୟ କୃଷ୍ଣ ଏବଂ ବଳରାମ କାଠ ନିର୍ମିତ ଦୁଇ ଗୋଡ଼ ଛନ୍ଦି ଛନ୍ଦପୟର ମୁଦ୍ରାରେ ରହିଥାନ୍ତି । ଜଗନ୍ନାଥଙ୍କ ଗୋଟିଏ ହାତରେ ସୁବର୍ଣ୍ଣ ବଂଶୀ ଓ ଅନ୍ୟ ହସ୍ତରେ ପଦ୍ମ ଫୁଲ ଶୋଭାପାଏ ।

ବଳରାମଙ୍କ ଡାହାଣ ହାତରେ ଶିଙ୍ଘ ଓ ବାମ ହସ୍ତରେ ପଦ୍ମ ଫୁଲ ମଧ୍ୟ ଶୋଭାପାଏ । କିରୀଟ ଉପରେ ସୋଲରେ ନିର୍ମିତ ସପ୍ତଫେଣିଆ ସର୍ପ ବିରାଜମାନ କରିଥାଏ । ଏହି ବେଶରେ ଶ୍ରୀ ଜଗନ୍ନାଥ ଓ ଶ୍ରୀ ବଳଭଦ୍ର ଗୋଟିଏ ଗୋଟିଏ ପାଗ ପିନ୍ଧିଥାନ୍ତି । ସେହି ପାଗ ଦ୍ୱୟ କିରୀଟଯୁକ୍ତ ହୋଇଥାଏ । ରତ୍ନ ସିଂହାସନ ଉପରେ ଖଞ୍ଜାଯାଇଥିବା ଏକ କ୍ଷୁଦ୍ରକାଠ ନିର୍ମିତ ତଥା ଜରି ଜମ୍ବୁରାରେ ଆଚ୍ଛାଦିତ ସିଂହାସନରେ ଚକାମୁଣ୍ଡି ପକାଇ ପ୍ରଭୁ ପଦ୍ମାସନରେ ଉପନିବେଶ କରିଥାନ୍ତି ।

ବାଙ୍କଚୂଳ କିରୀଟ ଉପରେ ପତ୍ରଲଗା କଦମ୍ବ ଫୁଲ ଶୋଭାପାଏ । ଏହି ବେଶରେ ଶ୍ରୀପୟର, ପାଉଁଜି, ବାଙ୍କି, ପାହୁଡ଼, ଗୋଡ଼ମୁଦି, ମଲ୍ଲୀକଢ଼, ଚନ୍ଦ୍ର, ଚିତା, ନାକଚଣା, ହାତଫେର, ଖଡୁ ଇତ୍ୟାଦିରେ ସାରା ଶରୀର ମହାପ୍ରଭୁଙ୍କ ଶୋଭା ପାଇଥାଏ । ସୁଭଦ୍ରାଙ୍କ ମସ୍ତକରେ ମଧ୍ୟ ଏକ କିରୀଟ ଶୋଭାପାଏ । ଶ୍ରୀ ବଳଭଦ୍ର ଓ ଶ୍ରୀ ଜଗନ୍ନାଥଙ୍କ ଦୁଇ ପାର୍ଶ୍ୱରେ ନନ୍ଦ, ଉପନନ୍ଦ, ବସୁଦେବ, ଗୋପାଳ ବାଳକମାନେ, ଗୋପୀ, ବ୍ରହ୍ମା, ସହସ୍ର ଚକ୍ଷୁ ଇନ୍ଦ୍ର, ନାରଦ, ରୋହିଣୀ ଓ ଯଶୋଦାଙ୍କୁ ଦଣ୍ଡାୟମାନ ଭଙ୍ଗିରେ ରଖାଯାଏ । ଠାକୁରଙ୍କ ଆଗରେ ଚାରିଗୋଟି ଗାଈ ଦଣ୍ଡାୟମାନ ଭଙ୍ଗିରେ ଠିଆ ହୋଇଥାନ୍ତି । ଦ୍ୱିପହର ଧୂପ ପରେ ଏହି ବେଶ ଆରମ୍ଭ ହୋଇ ସନ୍ଧ୍ୟା ଧୂପ ପର୍ଯ୍ୟନ୍ତ ରହିଥାଏ । ଏହି ବେଶରେ ଖିରି ଓ ଅମାଲୁ ଭୋଗ ମଧ୍ୟ ଲାଗିଥାଏ । ଏହି ବେଶରେ ମହାପ୍ରଭୁଙ୍କୁ ଦର୍ଶନ କଲେ କୋଟି ପୁଣ୍ୟ ମିଳିଥାଏ ବୋଲି ବିଶ୍ୱାସ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି