Masthead

ଆଜି ପବିତ୍ର ମହାବାରୁଣୀ ସ୍ନାନ

ଯାଜପୁର (ବଡ଼ ଖବର ବ୍ୟୁରୋ): ଆଜି ପବିତ୍ର ମହା ବାରୁଣୀ ସ୍ନାନ । ଯାଜପୁରର ବୈତରଣୀ ନଦୀ କୂଳ ପବିତ୍ର ଦଶାଶ୍ୱମେଧ ଘାଟ ଠାରେ ବାରୁଣୀ ସ୍ନାନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ ଜମିଥିଲା । ଶତଭିଷା ନକ୍ଷତ୍ର ଦ୍ୱାଦଶୀ ତିଥି ଶନିବାର ଦିନ ପଡିଥିବାରୁ ମହା ବାରୁଣୀ ସ୍ନାନ ଯୋଗ ଥିବାରୁ ଯାଜପୁରର ଦଶାଶ୍ଵମେଧ ଘାଟରେ ପ୍ରବାହିତ ହୋଇଥିବା ବୈତରଣୀ ନଦୀରେ ଯାଜପୁର ଜିଲ୍ଲା ସମେତ ଓଡ଼ିଶା ଓ ଭାରତର ବିଭିନ୍ନରୁ ଶ୍ରଦ୍ଧାଳୁମାନେ ଆସି ସ୍ନାନ କରିବା ସହ ପିତୃ ପୁରୁଷଙ୍କ ଉଦେଶ୍ୟରେ ପିଣ୍ଡ ଦାନ କରିଥିଲେ ।

ଏହି ସ୍ନାନ ଯୋଗ ସକାଳ ୭ଟା ୯ମିନିଟିରୁ ୧୨ଟା ୫୭ମିନିଟ ପର୍ଯ୍ୟନ୍ତ ରହିଥିଲା । ଯାଜପୁର ଜିଲ୍ଲା ପ୍ରଶାସନ ଓ ଯାଜପୁର ପୌରପାଳିକା ପକ୍ଷରୁ ଭକ୍ତମାନଙ୍କ ନିମନ୍ତେ ସମସ୍ତ ପ୍ରକାର ସୁବନ୍ଦବୋସ୍ତ କରାଯାଇଥିଲା । ଅଗ୍ନିଶମ ବିଭାଗ ଓ ଯାଜପୁର ପୋଲିସ ପ୍ରଶାସନ ନିଜ ନିଜର କର୍ତ୍ତବ୍ୟକୁ ସୂଚାରୁରୂପେ ସମ୍ପାଦନା କରିଥିଲେ । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ଜିଲ୍ଲା ପ୍ରଶାସନ ଭକ୍ତଙ୍କ ନିମନ୍ତେ ସମସ୍ତ ପ୍ରକାର ବନ୍ଦୋବସ୍ତ କରିଥିଲା । ପ୍ରାୟ ୫୦,୦୦୦ହଜାରରୁ ଭକ୍ତଙ୍କ ସମାଗମ ହୋଇଥିଲା । ଭକ୍ତମାନେ ବାରୁଣୀ ସ୍ନାନ ପରେ ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମାଆ ବିରଜାଙ୍କ ଦର୍ଶନ କରି ଆଶିଷ ଲାଭ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ