Masthead

ସଭା କରିଥିଲି ଦଳକୁ ମଜଭୁତ କରିବା ପାଇଁ, ଦଳ ବିରୋଧୀ କଥା କହିନାହିଁ: ମୋକିମ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କଂଗ୍ରେସରୁ ବିଦା ହୋଇଛନ୍ତି ମହମ୍ମଦ ମୋକିମ୍, ଚିରଞ୍ଜୀବ ବିଶ୍ୱାଳ । ଦଳବିରୋଧୀ କାର୍ଯ୍ୟ ପାଇଁ ଦଳରୁ ନିଲମ୍ବିତ କରିଛି ଏଆସିସି । ନିଲମ୍ବନ ପରେ ପ୍ରତିକ୍ରିୟା ରଖିଛନ୍ତି ବିଧାୟକ ମୋକିମ୍ । ସେ କହିଛନ୍ତି କଂଗ୍ରେସ ଦଳରେ ଅଛି, ଦଳରେ ରହିବି । ନିଲମ୍ବନ ପୂର୍ବରୁ ପିସିସି ସଭାପତି ମୋ ସହ କଥା ହୋଇନାହାନ୍ତି । ମୁଁ ଦଳ ବିରୋଧୀ କଥା କହିନାହିଁ ବୋଲି କହିଛନ୍ତି ନିଲମ୍ବିତ ବିଧାୟକ ମହମ୍ମଦ ମୋକିମ୍ । ସେ ଆହୁରୀ ମଧ୍ୟ କହିଛନ୍ତି ଗୋଟେ ସଭା କରିଥିଲି ଦଳକୁ ମଜଭୁତ କରିବା ପାଇଁ । ଏହାକୁ ଆଧାର କରି ଏଆଇସିସି ଉତ୍ତର ମାଗିଥିଲା । ମୋ ଉପରେ ସେମାନେ ସନ୍ତୁଷ୍ଟ ହୋଇନାହାନ୍ତି ବୋଧେ ବୋଲି କହିଛନ୍ତି ବାରବାଟୀ ବିଧାୟକ ମହମ୍ମଦ ମୋକିମ ।

ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଅଭିଯୋଗ ଆଧାରରେ ମହମ୍ମଦ ମୋକିମ୍, ଚିରଞ୍ଜୀବ ବିଶ୍ୱାଳ ସସ୍‌ପେଣ୍ଡ ହୋଇଛନ୍ତି । ପୂର୍ବରୁ ଉଭୟ ନେତା କଂଗ୍ରେସ ଦଳ ବିରୋଧୀ କାର୍ୟ୍ୟରେ ଲିପ୍ତ ଥିବା ନେଇ ପିସିସି ସଭାପତି ଶରତ ପଟ୍ଟନାୟକ ଅଭିଯୋଗ କରିଥିଲେ । ଯାହାକୁ ନେଇ ଉଭୟଙ୍କ ଠାରୁ ଏକ୍ସପ୍ଲାନେସନ ମଧ୍ୟ ମଗାଯାଇଥିଲା । ମଗାଯାଇଥିବା ପ୍ରଶ୍ନର ଉତ୍ତର ଦେଇଥିଲେ ଉଭୟ ନେତା । ହେଲେ ଉଭୟଙ୍କଠାରୁ ମିଳିଥିବା ଉତ୍ତର ସନ୍ତୋଷଜନକ ନଥିବା କହିଛି ଡିଏସି । ତେଣୁ ଉଭୟଙ୍କୁ ସସ୍‌ପେଣ୍ଡ କରାଯାଇଥିବା ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ