Masthead

ସଭା କରିଥିଲି ଦଳକୁ ମଜଭୁତ କରିବା ପାଇଁ, ଦଳ ବିରୋଧୀ କଥା କହିନାହିଁ: ମୋକିମ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କଂଗ୍ରେସରୁ ବିଦା ହୋଇଛନ୍ତି ମହମ୍ମଦ ମୋକିମ୍, ଚିରଞ୍ଜୀବ ବିଶ୍ୱାଳ । ଦଳବିରୋଧୀ କାର୍ଯ୍ୟ ପାଇଁ ଦଳରୁ ନିଲମ୍ବିତ କରିଛି ଏଆସିସି । ନିଲମ୍ବନ ପରେ ପ୍ରତିକ୍ରିୟା ରଖିଛନ୍ତି ବିଧାୟକ ମୋକିମ୍ । ସେ କହିଛନ୍ତି କଂଗ୍ରେସ ଦଳରେ ଅଛି, ଦଳରେ ରହିବି । ନିଲମ୍ବନ ପୂର୍ବରୁ ପିସିସି ସଭାପତି ମୋ ସହ କଥା ହୋଇନାହାନ୍ତି । ମୁଁ ଦଳ ବିରୋଧୀ କଥା କହିନାହିଁ ବୋଲି କହିଛନ୍ତି ନିଲମ୍ବିତ ବିଧାୟକ ମହମ୍ମଦ ମୋକିମ୍ । ସେ ଆହୁରୀ ମଧ୍ୟ କହିଛନ୍ତି ଗୋଟେ ସଭା କରିଥିଲି ଦଳକୁ ମଜଭୁତ କରିବା ପାଇଁ । ଏହାକୁ ଆଧାର କରି ଏଆଇସିସି ଉତ୍ତର ମାଗିଥିଲା । ମୋ ଉପରେ ସେମାନେ ସନ୍ତୁଷ୍ଟ ହୋଇନାହାନ୍ତି ବୋଧେ ବୋଲି କହିଛନ୍ତି ବାରବାଟୀ ବିଧାୟକ ମହମ୍ମଦ ମୋକିମ ।

ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଅଭିଯୋଗ ଆଧାରରେ ମହମ୍ମଦ ମୋକିମ୍, ଚିରଞ୍ଜୀବ ବିଶ୍ୱାଳ ସସ୍‌ପେଣ୍ଡ ହୋଇଛନ୍ତି । ପୂର୍ବରୁ ଉଭୟ ନେତା କଂଗ୍ରେସ ଦଳ ବିରୋଧୀ କାର୍ୟ୍ୟରେ ଲିପ୍ତ ଥିବା ନେଇ ପିସିସି ସଭାପତି ଶରତ ପଟ୍ଟନାୟକ ଅଭିଯୋଗ କରିଥିଲେ । ଯାହାକୁ ନେଇ ଉଭୟଙ୍କ ଠାରୁ ଏକ୍ସପ୍ଲାନେସନ ମଧ୍ୟ ମଗାଯାଇଥିଲା । ମଗାଯାଇଥିବା ପ୍ରଶ୍ନର ଉତ୍ତର ଦେଇଥିଲେ ଉଭୟ ନେତା । ହେଲେ ଉଭୟଙ୍କଠାରୁ ମିଳିଥିବା ଉତ୍ତର ସନ୍ତୋଷଜନକ ନଥିବା କହିଛି ଡିଏସି । ତେଣୁ ଉଭୟଙ୍କୁ ସସ୍‌ପେଣ୍ଡ କରାଯାଇଥିବା ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି