Masthead

ଡଙ୍ଗାବୁଡି ଘଟଣା, ଚତୁର୍ଥ ମୃତଦେହ ଉଦ୍ଧାର

ଝାରସୁଗୁଡ଼ା (ବଡ଼ ଖବର ବ୍ୟୁରୋ):  ମହାନଦୀରେ ଡଙ୍ଗା ବୁଡି ଘଟଣା ।  ଆଉ ୪ ଜଣଙ୍କ ମୃତଦେହ ଉଦ୍ଧାର । ଉଦ୍ଧାର ୪ ଜଣଙ୍କ ମଧ୍ୟରେ ୨ ଜଣ ନାବାଳକ ଓ ଜଣେ ମହିଳା ଅଛନ୍ତି । ୭ ବର୍ଷର ପିକେଶ୍ୱର ରାଠିଆ ଓ ନବୀନ ରାଠିଆଙ୍କ ମୃତଦେହ ଉଦ୍ଧାର କରାଯାଇଥିବା ବେଳେ ରାଧିକା ରାଠିଆଙ୍କ ମୃତଦେହ ଉଦ୍ଧାର କରାଯାଇଛି । ଏମାନେ ସମସ୍ତେ ଛତିଡ଼ଗର ବାସିନ୍ଦା । ୨ଟି ଆଡଭାନ୍ସ ଅଣ୍ଡର ୱାଟର ସର୍ଚ୍ଚ କ୍ୟାମେରା ମାଧ୍ୟମରେ ସ୍କୁବା ଡାଇଭରମାନେ ମୃତଦେହକୁ ଉଦ୍ଧା କରିଛନ୍ତି । ଏହାକୁ ମିଶାଇ ମୋଟ୍ ମୃତ୍ୟୁ ସଂଖ୍ୟା ୫ରେ ପହଞ୍ଚିଛନ୍ତି ।

ଏବେ ବି ୪ ଜଣ ନିଖୋଜ ଅଛନ୍ତି । ସେମାନଙ୍କୁ ଉଦ୍ଧାର କରିବା ପାଇଁ ଅପରେସନ୍ ଜାରି ରହିଛି । ଗତକାଲି ଜଣଙ୍କର ମୃତଦେହ ମିଳିଥିଲା ।  ସ୍କୁବା ଡାଇଭରଙ୍କ ସହ ଓଡ୍ରାଫ ଟିମ୍, ଅଗ୍ନିଶମ ବାହିନୀ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି । ଝାରସୁଗୁଡା ଲଖନପୁର ସ୍ଥିତ ଶରଧା ନିକଟ ମହାନଦୀରେ ଏଭଳି ଦୁଃଖଦ ଘଟଣା ଘଟିଛି । ଡଙ୍ଗାରେ ପାଖାପାଖି ୫୪ଜଣ ଯାତ୍ରୀ ବରଗଡ଼ ବାଞ୍ଜିପାଲିରୁ ଝାରସୁଗୁଡ଼ା ସରଧା ଡଙ୍ଗା ଘାଟକୁ ଆସୁଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ