ରାସ୍ତା ନିର୍ମାଣରେ ବଡ଼ ଘୋଟାଲା, ପଦାରେ ପଡିଲା ଯନ୍ତ୍ରୀ-ଠିକାଦାରଙ୍କ ମଧୁଚନ୍ଦ୍ରିକା

ମାହାଙ୍ଗା (ବଡ଼ ଖବର ବ୍ୟୁରୋ): ଆରଡ଼ି ରାସ୍ତା ନିର୍ମାଣରେ ବଡ଼ ଘୋଟାଲା । ପଦାରେ ପଡିଲା ଯନ୍ତ୍ରୀ-ଠିକାଦାରଙ୍କ ମଧୁଚନ୍ଦ୍ରିକା । ମାହାଙ୍ଗା ନିର୍ବାଚନ ମଣ୍ଡଳୀରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଅତ୍ୟନ୍ତ ନିମ୍ନ ମାନର କାର୍ଯ୍ୟକୁ ନେଇ ବଢୁଛି ଜନ ଅସନ୍ତୋଷ । ଦୁର୍ନୀତିର ଚରମ ସୀମାରେ ପହଞ୍ଚିଲାଣି କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ଗ୍ରାମ୍ୟ ଉନ୍ନୟନ ବିଭାଗ । ଗୋତରା ଠାରୁ ଖନ୍ଦୋଳ ପର୍ଯ୍ୟନ୍ତ ରାସ୍ତା ନିର୍ମାଣ ଚାଲିଥିବା ବେଳେ, ତଦାରଖ ପାଇଁ ଘଟଣାସ୍ଥଳରେ ନାହାନ୍ତି ବିଭାଗୀୟ ଅଧିକାରୀ ।

ମାଟି ଉପରେ ଚାଲିଛି ପିଚୁ ରାସ୍ତା ନିର୍ମାଣ । ବିନା ସୂଚନା ଫଳକରେ ଚାଲିଛି ନିଶ୍ଚିନ୍ତକୋଇଲି ଗ୍ରାମ୍ୟ ଉନ୍ନୟନ ବିଭାଗ ଗୋତରା ଉମର ରାସ୍ତା କାମ। ହାତ ମାରୁ ମାରୁ ଉଠିଯାଉଛି ପିଚୁ। ନିମ୍ନ ମାନର କାର୍ଯ୍ୟକୁ ପ୍ରୋତ୍ସାହିତ ବଦଳରେ ପିସି ନେଇ ମାଲେମାଲ ହେଉଛନ୍ତି ଯନ୍ତ୍ରୀ ଏବଂ ସ୍ଥାନୀୟ ଜନ ପ୍ରତିନିଧି । ଏନେଇ ଗ୍ରାମ୍ୟ ଉନ୍ନୟନ ବିଭାଗର ସଚିବ ଓ ଭିଜିଲାନ୍ସ ବିଭାଗକୁ ନିର୍ମାଣ କାର୍ଯ୍ୟର ତଦନ୍ତ ପାଇଁ ଦାବି କରିଛନ୍ତି ସ୍ଥାନୀୟ ଲୋକେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ