Masthead

ଆଜିଠାରୁ ଅଲାରନାଥ ଦର୍ଶନ, ଅଣସର ଘରେ ଚାଲିଛି ମହାପ୍ରଭୁଙ୍କ ଗୁପ୍ତସେବା

ବ୍ରହ୍ମଗିରି(ବଡ଼ ଖବର ବ୍ୟୁରୋ): ଶ୍ରୀଜିଉ ଅଣସର ଘରେ ଥିବାରୁ ବ୍ରହ୍ମଗିରି ଅଲାରନାଥ ପୀଠରେ ଆରମ୍ଭ ହୋଇଛି ଦର୍ଶନ । ସମସ୍ତ ଭକ୍ତମାନେ ୧୩ ଦିନ ଧରି କରିପାରିବେ ଦର୍ଶନ । ଏଥିପାଇଁ ଚଳଚଞ୍ଚଳ ହୋଇ ଉଠିଛି ଅଲାରନାଥ ପୀଠ । ଶନିବାର ଶ୍ରୀମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ସ୍ନାନ ବେଦୀରେ ଦିବ୍ୟସ୍ନାନ ପରେ ଜ୍ୱରରେ ପୀଡ଼ିତ ହୋଇ ଅଣସର ପିଣ୍ଡିକୁ ବିଜେ କରିଛନ୍ତି । ଏହି ଅବସରରେ ଶ୍ରୀଆଲରନଥଙ୍କ ଦର୍ଶନ କଲେ ସମଫଳ ମିଳିଥାଏ ବୋଲି ଶ୍ରଦ୍ଧାଳୁଙ୍କ ବିଶ୍ୱାସ ରହିଛି । ଭୋରରୁ ଅଲାରନାଥ ପୀଠରେ ଦ୍ବାର ଫିଟା, ମଙ୍ଗଳ ଆଳତି ଓ ତଡ଼ପଲାଗି ନୀତି ପରେ ସକାଳ ୬ଟାରୁ ସାଧାରଣ ଦର୍ଶନ ଆରମ୍ଭ ହୋଇଛି । ଏହି ଅନବସର ସମୟରେ ଶ୍ରୀଜିଉମାନେ ଶ୍ୱେତ ବସ୍ତ୍ର ଧାରଣ କରିବାର ବିଧି ରହିଥିବା ବେଳେ ତୁଳସୀ ମଧ୍ୟ ଲାଗି କରାଯାଇନଥାଏ ।

ଏହି ୧୩ ଦିନ ମହାପ୍ରଭୁଙ୍କୁ କେବଳ ଧଳା ଫୁଲ ଲାଗି କରାଯାଏ । ଏହା ସହ ମହାପ୍ରଭୁଙ୍କ ପାଖରେ ଚକଟା ଏବଂ ପଣା ଭୋଗ କରାଯିବାର ପରମ୍ପରା ରହିଛି । ଶ୍ରୀମନ୍ଦିରରେ ଶ୍ରଦ୍ଧାଳୁ ଚତୁର୍ଦ୍ଧା ମୂର୍ତ୍ତିଙ୍କ ଦର୍ଶନ ନପାଇ ୧୩ ଦିନ ପଟ୍ଟିଦିଅଁଙ୍କୁ ଦର୍ଶନ କରିବେ । ଦଶାବତାର ଠାକୁରଙ୍କ ସମେତ ଶ୍ରୀ ବଳଭଦ୍ରଙ୍କ ସ୍ଥାନରେ ଅନନ୍ତ ବାସୁଦେବ, ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ବଦଳରେ ଅନନ୍ତ ନାରାୟଣ ଏବଂ ଦେବୀ ସୁଭଦ୍ରାଙ୍କ ବଦଳରେ ମା’ ଭୁବନେଶ୍ୱରୀ ପଟ୍ଟିଦିଅଁ ଭାବେ ପୂଜା ପାଇଥାନ୍ତି । ଦଇତାପତିମାନେ ଜ୍ୱରରେ ପୀଡ଼ିତ ମହାପ୍ରଭୁଙ୍କୁ ଗୁପ୍ତ ଉପଚାର ସହ ଗୁପ୍ତ ସେବା କରୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ