Masthead

ମହାରାଷ୍ଟ୍ର, ଝାଡ଼ଖଣ୍ଡ ଭୋଟ ଗଣତି

ଖୋଲିଲା ଇଭିଏମ । ଆସିବ ମହାରାଷ୍ଟ୍ର ଏବଂ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନର ଫଳାଫଳ । ମହାରାଷ୍ଟ୍ରର ୨୮୮ ଆସନ ଭୋଟ୍ ଗ୍ରହଣ ହୋଇଥିଲା । ଦୁଇ ମେଣ୍ଟ – ମହାୟୁତି ଏବଂ ମହା ବିକାଶ ଅଘାଡି ମଧ୍ୟରେ ହେଉଛି ଜୋରଦାର ଟକ୍କର। ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ନେତୃତ୍ୱରେ ଶିବସେନା, ବିଜେପି ଏବଂ ଘଉଚ ଅଜିତ ପାୱାର ଗୋଷ୍ଠୀକୁ ନେଇ ଗଠନ ହୋଇଛି ମହାୟୁତି ମେଣ୍ଟ। ସେହିଭଳି କଂଗ୍ରେସ, ଶିବସେନା (ୟୁବିଟି) ଏବଂ ଘଉଚ – ଶରଦ ପାୱାର ଗୋଷ୍ଠୀକୁ ନେଇ ହୋଇଛି ମହା ବିକାଶ ଅଘାଡି।

ପୂର୍ବ ନିର୍ବାଚନରେ କଂଗ୍ରେସ, ଶିବସେନା ମେଣ୍ଟ ଏବଂ କଂଗ୍ରେସ, ଏନସିପି ମେଣ୍ଟ ଭିତରେ ଲଢେଇ ହୋଇଥିଲା। ତେବେ ପରେ ଏକନାଥ ସିନ୍ଦେ ଶିବସେନାରୁ ଏବଂ ଅଜିତ ପାୱାର ଏନସିପିରୁ ଅଲଗା ହୋଇ ଭିନ୍ନ ଦଳ ଗଠନ କରିଥିଲେ। ଏଇ ଦୁଇ ଦଳ ବିଭାଜିତ ହେବା ପରେ ଏହା ରାଜ୍ୟରେ ପ୍ରଥମ ବିଧାନସଭା ନିର୍ବାଚନ। ବୁଥ୍ ବାହୁଡ଼ାର ମତ ଅନୁସାରେ ମହାରାଷ୍ଟ୍ରରେ ‘ମହାୟୁତି’କୁ ସ୍ପଷ୍ଟ ବହୁମତ ମିଳୁଥିବା ଅଧିକାଂଶ ଏଗଜିଟ ପୋଲରେ ଜଣାପଡିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ