Masthead

ପଞ୍ଚଭୂତରେ ଲୀନହେଲେ ମହାରଥୀ

ଭୁବନେଶ୍ୱର (ବଡ ଖବର ବ୍ୟୁରୋ): ଅସୁସ୍ଥ ଥାଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ମୃତ୍ୟୁ ହୋଇଥିବା ପିପିଲିର ବିଜେଡି ବିଧାୟକ ପ୍ରଦୀପ ମହାରଥୀଙ୍କ ପାର୍ଥିବ ଶରୀର ପୁରୀ ସ୍ୱର୍ଗଦ୍ୱାରରେ ଆଜି ଅପରାହ୍ନରେ ପଞ୍ଚଭୂତରେ ଲୀନ ହୋଇଛି । ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଅନୁଷ୍ଠିତ ହୋଇଥିଲା ଅନ୍ତେଷ୍ଟି । ‘ପ୍ରଦୀପ ମହାରଥୀ ଅମର ରହେ’ଧ୍ୱନୀରେ କମ୍ପିଥିଲା ସ୍ୱର୍ଗଦ୍ୱାର । ଶହ ଶହ ସମର୍ଥକ, ବିଜେଡି ନେତା ଓ କର୍ମୀଙ୍କ ଉପସ୍ଥିତିରେ ଜଳିଥିଲା ଜୁଇ । ସ୍ୱର୍ଗତ ମହାରଥୀଙ୍କ ଝିଅ ପଲ୍ଲବୀଙ୍କ ବୁକୁଫଟା ବିଳାପ ଉପସ୍ଥିତ ନେତା ଓ କର୍ମୀମାନଙ୍କୁ ଭାବବିହ୍ୱଳ କରିଦେଇଥିଲା । ପୋଲିସ କର୍ମଚାରୀଙ୍କ ତୋପସଲାମୀ ପରେ ସ୍ୱର୍ଗତ ମହାରଥୀଙ୍କ ପୁଅ ରୁଦ୍ର ମୁଖାଗ୍ନି ଦେବାବେଳେ ଭଉଣୀ ପଲ୍ଲବୀ କାନ୍ଦି କାନ୍ଦି ଭୂଇଁରେ ଲୋଟି ଯାଉଥିଲେ ।
ଶବ ଶୋଭାଯାତ୍ରା ପ୍ରଥମେ ଭୁବନେଶ୍ୱର ଓ ପିପିଲି ଦେଇ ପୁରୀ ସ୍ୱର୍ଗଦ୍ୱାରରେ ପହଞ୍ଚିଥିଲା । ସେଠାରେ ମନ୍ତ୍ରୀ ସମୀର ଦାସ,ପୂର୍ବତନ ସାଂସଦ ପ୍ରସନ୍ନ ପାଟ୍ଟଶାଣୀ,ପୂର୍ବତନ ମନ୍ତ୍ରୀ ମହେଶ୍ୱର ମହାନ୍ତି,ରୁଦ୍ର ମହାନ୍ତି,ଉମା ସାମନ୍ତରାୟ ପ୍ରମୁଖ ଦିବଂଗତ ନେତାଙ୍କୁ ଶେଷ ଦର୍ଶନକରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ