Masthead

ଆଜି ଜାଗର; ଶୈବାଳୟରେ ଲାଗିଛି ଶ୍ରଦ୍ଧାଳୁଙ୍କ ଭିଡ଼

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଜାଗର ପାଇଁ ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼ । ମହାଶିବରାତ୍ରୀ ପାଇଁ ମାଟିରୁ ଆକାଶ ସବୁଠି ଶିବମୟ । ହର ହର ମହାଦେବ ନାରାରେ ପ୍ରକମ୍ପିତ ହେଉଛି ଶୈବପୀଠ । ଲିଙ୍ଗରାଜ, ଲୋକନାଥ, ଧବଳେଶ୍ୱରରେ ପ୍ରବଳ ଭିଡ଼ । ଭଦ୍ରକର ବାବା ଆଖଣ୍ଡଳମଣୀଙ୍କ ପୀଠ ଚଳଚଞ୍ଚଳ । କପିଳାସ, ଗୁପ୍ତେଶ୍ବର ଓ ପଞ୍ଚଲିଙ୍ଗେଶ୍ବରରେ ଲମ୍ବା ଲାଇନ । ଶ୍ରଦ୍ଧାଳୁଙ୍କ ଶୃଙ୍ଖଳିତ ଦର୍ଶନ ଠାରୁ ଆରମ୍ଭ କରି ସଠିକ ସମୟରେ ସମସ୍ତ ନୀତି ସମ୍ପାଦନ ଓ ମହାଦୀପ ଉଠିବା ନେଇ ନୀତିନିର୍ଘଣ୍ଟ ଧାର୍ଯ୍ୟ ହୋଇଛି । ରାତି ୧୦ଟାରେ ମହାଦୀପ ଉଠିବା ପାଇଁ ସହମତି ହୋଇଛି । ଲିଙ୍ଗରାଜ ମନ୍ଦିରରେ ରାତି ୧୦ଟାରେ ଉଠିବ ମହାଦୀପ ।

ଆଠଗଡ଼ର ଆରାଧ୍ୟ ବାବା ଧବଳେଶ୍ବରଙ୍କ ପୀଠରେ ମଧ୍ୟ ଭକ୍ତଙ୍କ ଭିଡ଼ ଜମିଛି। କେତକୀ ଫୁଲରେ ସଜେଇ ହୋଇ ବଡ଼ସିଂହାର ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ୱର। ସେହିପରି ବଲାଙ୍ଗୀରର ହରିଶଙ୍କର, ଢେଙ୍କାନାଳର କପିଳାସ, ଆରଡ଼ିର ଆଖଣ୍ଡଳମଣି, କୋରାପୁଟର ଗୁପ୍ତେଶ୍ୱର ପୀଠ ସମେତ ରାଜ୍ୟର ସମସ୍ତ ଶୈବପୀଠରେ ମହାଶିବରାତ୍ରୀ ପାଇଁ ସବୁ ପ୍ରକାର ବ୍ୟବସ୍ଥା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ