Masthead

ଆଜି ଜାଗର; ଶୈବାଳୟରେ ଲାଗିଛି ଶ୍ରଦ୍ଧାଳୁଙ୍କ ଭିଡ଼

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଜାଗର ପାଇଁ ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼ । ମହାଶିବରାତ୍ରୀ ପାଇଁ ମାଟିରୁ ଆକାଶ ସବୁଠି ଶିବମୟ । ହର ହର ମହାଦେବ ନାରାରେ ପ୍ରକମ୍ପିତ ହେଉଛି ଶୈବପୀଠ । ଲିଙ୍ଗରାଜ, ଲୋକନାଥ, ଧବଳେଶ୍ୱରରେ ପ୍ରବଳ ଭିଡ଼ । ଭଦ୍ରକର ବାବା ଆଖଣ୍ଡଳମଣୀଙ୍କ ପୀଠ ଚଳଚଞ୍ଚଳ । କପିଳାସ, ଗୁପ୍ତେଶ୍ବର ଓ ପଞ୍ଚଲିଙ୍ଗେଶ୍ବରରେ ଲମ୍ବା ଲାଇନ । ଶ୍ରଦ୍ଧାଳୁଙ୍କ ଶୃଙ୍ଖଳିତ ଦର୍ଶନ ଠାରୁ ଆରମ୍ଭ କରି ସଠିକ ସମୟରେ ସମସ୍ତ ନୀତି ସମ୍ପାଦନ ଓ ମହାଦୀପ ଉଠିବା ନେଇ ନୀତିନିର୍ଘଣ୍ଟ ଧାର୍ଯ୍ୟ ହୋଇଛି । ରାତି ୧୦ଟାରେ ମହାଦୀପ ଉଠିବା ପାଇଁ ସହମତି ହୋଇଛି । ଲିଙ୍ଗରାଜ ମନ୍ଦିରରେ ରାତି ୧୦ଟାରେ ଉଠିବ ମହାଦୀପ ।

ଆଠଗଡ଼ର ଆରାଧ୍ୟ ବାବା ଧବଳେଶ୍ବରଙ୍କ ପୀଠରେ ମଧ୍ୟ ଭକ୍ତଙ୍କ ଭିଡ଼ ଜମିଛି। କେତକୀ ଫୁଲରେ ସଜେଇ ହୋଇ ବଡ଼ସିଂହାର ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ୱର। ସେହିପରି ବଲାଙ୍ଗୀରର ହରିଶଙ୍କର, ଢେଙ୍କାନାଳର କପିଳାସ, ଆରଡ଼ିର ଆଖଣ୍ଡଳମଣି, କୋରାପୁଟର ଗୁପ୍ତେଶ୍ୱର ପୀଠ ସମେତ ରାଜ୍ୟର ସମସ୍ତ ଶୈବପୀଠରେ ମହାଶିବରାତ୍ରୀ ପାଇଁ ସବୁ ପ୍ରକାର ବ୍ୟବସ୍ଥା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୨୪ ଯାଏ କାଳବୈଶାଖୀ, ଝଡ ବର୍ଷା ଆଲର୍ଟ 🔴 ଆଜି ମଧ୍ୟ ଗୃହରେ ହେବ ଅଚଳାବସ୍ଥା 🔴 ଆଜିଠୁ ମାଟ୍ରିକ ପରୀକ୍ଷା ଖାତା ମୂଲ୍ୟାୟନ 🔴 କାଳବୈଶାଖୀ ବର୍ଷା ନେଇ ୟେଲୋ ଆଲର୍ଟ 🔴 ଆଜି ବି ଗୃହରେ ଲାଗି ରହିବ ଅସ୍ଥିରତା 🔴 ‘ଏବେ ପାକିସ୍ତାନ ଉପରେ ପ୍ରତିଶୋଧ ନେବୁ’ 🔴 ପାକିସ୍ତାନର ଏୟାରଷ୍ଟ୍ରାଇକ୍, ୪୦୦ ମୃତ 🔴 ୨୦ ତାରିଖ ଯାଏଁ କାଳବୈଶାଖୀ ବର୍ଷା 🔴 SCB ଅଗ୍ନିକାଣ୍ଡ, ୧୫ ଦିନରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ 🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ 🔴 ୨୪ ଯାଏ କାଳବୈଶାଖୀ, ଝଡ ବର୍ଷା ଆଲର୍ଟ 🔴 ଆଜି ମଧ୍ୟ ଗୃହରେ ହେବ ଅଚଳାବସ୍ଥା 🔴 ଆଜିଠୁ ମାଟ୍ରିକ ପରୀକ୍ଷା ଖାତା ମୂଲ୍ୟାୟନ 🔴 କାଳବୈଶାଖୀ ବର୍ଷା ନେଇ ୟେଲୋ ଆଲର୍ଟ 🔴 ଆଜି ବି ଗୃହରେ ଲାଗି ରହିବ ଅସ୍ଥିରତା 🔴 ‘ଏବେ ପାକିସ୍ତାନ ଉପରେ ପ୍ରତିଶୋଧ ନେବୁ’ 🔴 ପାକିସ୍ତାନର ଏୟାରଷ୍ଟ୍ରାଇକ୍, ୪୦୦ ମୃତ 🔴 ୨୦ ତାରିଖ ଯାଏଁ କାଳବୈଶାଖୀ ବର୍ଷା 🔴 SCB ଅଗ୍ନିକାଣ୍ଡ, ୧୫ ଦିନରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ 🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ