ଆଜିଠୁ ଆରମ୍ଭ ଓଡ଼ିଆ ନବବର୍ଷ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ମହାବିଷୁବ ପଣା ସଂକ୍ରାନ୍ତି ବା ଓଡ଼ିଆ ନବବର୍ଷ । ଆଜିଠାରୁ ନୂଆ ପାଞ୍ଜି ପ୍ରଚଳନ ଆରମ୍ଭ ହୋଇଥାଏ । ତେଣୁ ଆଜିର ଦିନକୁ ଓଡିଆ ନବବର୍ଷ ରୂପେ ପାଳନ କରାଯାଏ । ଏହା ଛଡା ଆଜିର ଦିନକୁ ହନୁମାନ ଜୟନ୍ତୀ ମଧ୍ୟ କୁହାଯାଏ । ଓଡ଼ିଶା ନବବର୍ଷକୁ ନେଇ ଉତ୍ସବମୁଖର ଗାଁ ଠୁ ସହର । ଆଜି ହେଉଛି ବର୍ଷର ପ୍ରଥମ ଦିନ । ଉତ୍କଳୀୟ ପରମ୍ପରାରେ ଏହି ନବବର୍ଷ ଓ ବିଷୁବ ସଂକ୍ରାନ୍ତି ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ସୂର୍ୟ୍ୟ ଆଜିଠାରୁ ବିଷୁବ ରେଖାକୁ ଚଳନ କରୁଥିବାରୁ ଏହି ଦିନକୁ ବିଷୁବ ସଂକ୍ରାନ୍ତି କୁହାଯାଇଥାଏ । ଚୈତ୍ର ଶୁକ୍ଲ ପ୍ରତିପଦାକୁ ପାଞ୍ଜିକାରମାନେ ନବବର୍ଷ ଭାବେ ଗ୍ରହଣ କରିଥାନ୍ତି ।
ଆଜିର ଦିନରେ ପ୍ରତ୍ୟେକ ଓଡ଼ିଆ ପରିବାରରେ ଦେବାଦେବୀଙ୍କ ନିକଟରେ ସ୍ବତନ୍ତ୍ର ପୂଜାର୍ଚ୍ଚନା କରାଯାଏ । ଏହି ଦିନ ପ୍ରତ୍ୟେକ ଓଡ଼ିଆ ଘରେ ତୁଳସୀ ଚଉରା ମୂଳରେ ଏକ ଛୋଟ ମାଠିଆରେ ପଣା ରଖି ବାନ୍ଧିଦିଆଯାଏ । ସମସ୍ତ ଶକ୍ତିପୀଠ ସାରଳା, ବିରଜା ଆଦି ଠାକୁରାଣୀ ମନ୍ଦିରମାନଙ୍କରେ ଏହି ଦିନ ଝାମୁ ଯାତ ପାଳନ କରାଯାଏ । ଘଣ୍ଟ ପାଟୁଆମାନେ ଘଣ୍ଟ ମୁଣ୍ଡେଇ, କାଠ ଗୋଡ଼ ପିନ୍ଧି ଠାକୁରାଣୀ ମନ୍ଦିର ଆଗରେ ନିଆଁ ଉପରେ ଚାଲିବାର ପ୍ରଥା ରହିଛି । ଦକ୍ଷିଣ ଓଡ଼ିଶାରେ ମାସାଧିକ କାଳ ଧରି ଚାଲିଥିବା ଦଣ୍ଡ ନାଟର ଅନ୍ତଭାବେ ଏହିଦିନ ମେରୁ ଯାତ ପାଳନ କରାଯାଏ । ଉତ୍ତର ଓଡ଼ିଶାରେ ଏହି ଦିନକୁ ଚଡ଼କପର୍ବ ନାମରେ ପାଳନ କରାଯାଏ ।

ମହାବିଷୁବ ପଣାସଂକ୍ରାନ୍ତି ଅବସରରେ ଶ୍ରୀମନ୍ଦିରରେ ସ୍ଵତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେଉଛି । ଶ୍ରୀକ୍ଷେତ୍ରରେ ବିଭିନ୍ନ ଜାଗା ଆଖଡ଼ା ମାନଙ୍କରେ ପୂଜା ପାଠ କରାଯିବାର ଵିଧି ରହିଛି l ଜାଗା ଅଖାଡାରେ ନୂଆ କୌପନି ପରିଧାନ କରି ମହାବୀରଙ୍କ ପୂଜା କରିବା ସହ କୁସ୍ତି ଓ ମଲ୍ଲ ଯୋଦ୍ଧା ଅଭ୍ୟାସ କରିଥାନ୍ତି ।ଏହି ଅବସରରେ ପଣା ଛତୁଆ ଭୋଗ କରାଯିବାର ପରମ୍ପରା ରହିଥିବାବେଳେ ଜାଗାମାନଙ୍କରେ ସକାଳୁ ପ୍ରବଳ ଗହଳି ଲାଗି ରହିଛି l ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ମହାବୀର ମନ୍ଦିରକୁ ଆଜ୍ଞାମାଳ ବିଜେର ପରମ୍ପରା ରହିଥିବାବେଳେ ନୂତନ ଓଡ଼ିଆ କ୍ୟାଲେଣ୍ଡର ସହିତ ନୂତନ ପାଞ୍ଜି ପ୍ରଚଳନ ଆରମ୍ଭ ମଧ୍ୟ ହୋଇଥାଏ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ