Masthead

ଆଜିଠୁ ଆରମ୍ଭ ଓଡ଼ିଆ ନବବର୍ଷ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ମହାବିଷୁବ ପଣା ସଂକ୍ରାନ୍ତି ବା ଓଡ଼ିଆ ନବବର୍ଷ । ଆଜିଠାରୁ ନୂଆ ପାଞ୍ଜି ପ୍ରଚଳନ ଆରମ୍ଭ ହୋଇଥାଏ । ତେଣୁ ଆଜିର ଦିନକୁ ଓଡିଆ ନବବର୍ଷ ରୂପେ ପାଳନ କରାଯାଏ । ଏହା ଛଡା ଆଜିର ଦିନକୁ ହନୁମାନ ଜୟନ୍ତୀ ମଧ୍ୟ କୁହାଯାଏ । ଓଡ଼ିଶା ନବବର୍ଷକୁ ନେଇ ଉତ୍ସବମୁଖର ଗାଁ ଠୁ ସହର । ଆଜି ହେଉଛି ବର୍ଷର ପ୍ରଥମ ଦିନ । ଉତ୍କଳୀୟ ପରମ୍ପରାରେ ଏହି ନବବର୍ଷ ଓ ବିଷୁବ ସଂକ୍ରାନ୍ତି ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ସୂର୍ୟ୍ୟ ଆଜିଠାରୁ ବିଷୁବ ରେଖାକୁ ଚଳନ କରୁଥିବାରୁ ଏହି ଦିନକୁ ବିଷୁବ ସଂକ୍ରାନ୍ତି କୁହାଯାଇଥାଏ । ଚୈତ୍ର ଶୁକ୍ଲ ପ୍ରତିପଦାକୁ ପାଞ୍ଜିକାରମାନେ ନବବର୍ଷ ଭାବେ ଗ୍ରହଣ କରିଥାନ୍ତି ।
ଆଜିର ଦିନରେ ପ୍ରତ୍ୟେକ ଓଡ଼ିଆ ପରିବାରରେ ଦେବାଦେବୀଙ୍କ ନିକଟରେ ସ୍ବତନ୍ତ୍ର ପୂଜାର୍ଚ୍ଚନା କରାଯାଏ । ଏହି ଦିନ ପ୍ରତ୍ୟେକ ଓଡ଼ିଆ ଘରେ ତୁଳସୀ ଚଉରା ମୂଳରେ ଏକ ଛୋଟ ମାଠିଆରେ ପଣା ରଖି ବାନ୍ଧିଦିଆଯାଏ । ସମସ୍ତ ଶକ୍ତିପୀଠ ସାରଳା, ବିରଜା ଆଦି ଠାକୁରାଣୀ ମନ୍ଦିରମାନଙ୍କରେ ଏହି ଦିନ ଝାମୁ ଯାତ ପାଳନ କରାଯାଏ । ଘଣ୍ଟ ପାଟୁଆମାନେ ଘଣ୍ଟ ମୁଣ୍ଡେଇ, କାଠ ଗୋଡ଼ ପିନ୍ଧି ଠାକୁରାଣୀ ମନ୍ଦିର ଆଗରେ ନିଆଁ ଉପରେ ଚାଲିବାର ପ୍ରଥା ରହିଛି । ଦକ୍ଷିଣ ଓଡ଼ିଶାରେ ମାସାଧିକ କାଳ ଧରି ଚାଲିଥିବା ଦଣ୍ଡ ନାଟର ଅନ୍ତଭାବେ ଏହିଦିନ ମେରୁ ଯାତ ପାଳନ କରାଯାଏ । ଉତ୍ତର ଓଡ଼ିଶାରେ ଏହି ଦିନକୁ ଚଡ଼କପର୍ବ ନାମରେ ପାଳନ କରାଯାଏ ।

ମହାବିଷୁବ ପଣାସଂକ୍ରାନ୍ତି ଅବସରରେ ଶ୍ରୀମନ୍ଦିରରେ ସ୍ଵତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେଉଛି । ଶ୍ରୀକ୍ଷେତ୍ରରେ ବିଭିନ୍ନ ଜାଗା ଆଖଡ଼ା ମାନଙ୍କରେ ପୂଜା ପାଠ କରାଯିବାର ଵିଧି ରହିଛି l ଜାଗା ଅଖାଡାରେ ନୂଆ କୌପନି ପରିଧାନ କରି ମହାବୀରଙ୍କ ପୂଜା କରିବା ସହ କୁସ୍ତି ଓ ମଲ୍ଲ ଯୋଦ୍ଧା ଅଭ୍ୟାସ କରିଥାନ୍ତି ।ଏହି ଅବସରରେ ପଣା ଛତୁଆ ଭୋଗ କରାଯିବାର ପରମ୍ପରା ରହିଥିବାବେଳେ ଜାଗାମାନଙ୍କରେ ସକାଳୁ ପ୍ରବଳ ଗହଳି ଲାଗି ରହିଛି l ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ମହାବୀର ମନ୍ଦିରକୁ ଆଜ୍ଞାମାଳ ବିଜେର ପରମ୍ପରା ରହିଥିବାବେଳେ ନୂତନ ଓଡ଼ିଆ କ୍ୟାଲେଣ୍ଡର ସହିତ ନୂତନ ପାଞ୍ଜି ପ୍ରଚଳନ ଆରମ୍ଭ ମଧ୍ୟ ହୋଇଥାଏ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି