Masthead

ପବିତ୍ର ମକର ସଂକ୍ରାନ୍ତି, ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି

ପୁରୀ(ବଡ଼ ଖବର ବ୍ୟୁରୋ): ଆଜି ପବିତ୍ର ମକର ସଂକ୍ରାନ୍ତି । ଭାରତର ସବୁ ପ୍ରାନ୍ତରେ ଏହାକୁ ଭିନ୍ନ ଭିନ୍ନ ନାମରେ ପାଳନ କରାଯାଏ। ଦକ୍ଷିଣ ଭାରତରେ ଏହାକୁ ପୋଙ୍ଗଲ ବୋଲି କୁହାଯାଏ। ମକର ସଂକ୍ରାନ୍ତିରେ ସୂର୍ୟ୍ୟ ଉତ୍ତରାୟଣ ଗତି କରିଥାନ୍ତି । ପୃଥିବୀର ଉତ୍ତର ଗୋଲାର୍ଦ୍ଧ ସୂର୍ୟ୍ୟଙ୍କ ଆଡକୁ ଢଳିଥାଏ । ପରମ୍ପରା ଅନୁସାରେ ଏହି ଦିନ ସୂର୍ୟ୍ୟ ମକର ରାଶିରେ ପ୍ରବେଶ କରିଥାନ୍ତି ।

ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଛି ସ୍ୱତନ୍ତ୍ର ନୀତିକାନ୍ତି । ଶ୍ରୀଜିଉଙ୍କ ମଙ୍ଗଳ ଆଳତି ଓ ଅବକାଶ ନୀତି ବଢ଼ିବା ପରେ ଶ୍ରୀଜିଉମାନଙ୍କର ପଟା ପହରଣ ଲାଗି କରାଯିବା ପରେ ତ୍ରିମୁଣ୍ଡିରେ ମକରଚୂଳ ଲାଗି ହୋଇଥାଏ । ଏପଟେ ଚଳଚଞ୍ଚଳ ହୋଇଉଠିଛି ଖୋର୍ଦ୍ଧା ଅଟ୍ରିର ହଟକେଶ୍ବର ପୀଠ । ବିଶ୍ବାସ ରହିଛି ବନ୍ଧ୍ୟା ନାରୀ ମହାଦେବଙ୍କ ପାଖରେ ଗୁହାରି ପଡ଼ି ମାନସିକ କୁଣ୍ଡରେ ଗାଧୋଇ ଗୁଆ ପାଇଲେ ପୁତ୍ରସନ୍ତାନ ଲାଭ କରନ୍ତି । ପୀଠରେ ମକର ସଂକ୍ରାନ୍ତିଠାରୁ ମାଘ ସପ୍ତମୀ ପର୍ୟ୍ୟନ୍ତ ମେଳା ଚାଲିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା