Masthead

ପବିତ୍ର ମକର ସଂକ୍ରାନ୍ତି, ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି

ପୁରୀ(ବଡ଼ ଖବର ବ୍ୟୁରୋ): ଆଜି ପବିତ୍ର ମକର ସଂକ୍ରାନ୍ତି । ଭାରତର ସବୁ ପ୍ରାନ୍ତରେ ଏହାକୁ ଭିନ୍ନ ଭିନ୍ନ ନାମରେ ପାଳନ କରାଯାଏ। ଦକ୍ଷିଣ ଭାରତରେ ଏହାକୁ ପୋଙ୍ଗଲ ବୋଲି କୁହାଯାଏ। ମକର ସଂକ୍ରାନ୍ତିରେ ସୂର୍ୟ୍ୟ ଉତ୍ତରାୟଣ ଗତି କରିଥାନ୍ତି । ପୃଥିବୀର ଉତ୍ତର ଗୋଲାର୍ଦ୍ଧ ସୂର୍ୟ୍ୟଙ୍କ ଆଡକୁ ଢଳିଥାଏ । ପରମ୍ପରା ଅନୁସାରେ ଏହି ଦିନ ସୂର୍ୟ୍ୟ ମକର ରାଶିରେ ପ୍ରବେଶ କରିଥାନ୍ତି ।

ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଛି ସ୍ୱତନ୍ତ୍ର ନୀତିକାନ୍ତି । ଶ୍ରୀଜିଉଙ୍କ ମଙ୍ଗଳ ଆଳତି ଓ ଅବକାଶ ନୀତି ବଢ଼ିବା ପରେ ଶ୍ରୀଜିଉମାନଙ୍କର ପଟା ପହରଣ ଲାଗି କରାଯିବା ପରେ ତ୍ରିମୁଣ୍ଡିରେ ମକରଚୂଳ ଲାଗି ହୋଇଥାଏ । ଏପଟେ ଚଳଚଞ୍ଚଳ ହୋଇଉଠିଛି ଖୋର୍ଦ୍ଧା ଅଟ୍ରିର ହଟକେଶ୍ବର ପୀଠ । ବିଶ୍ବାସ ରହିଛି ବନ୍ଧ୍ୟା ନାରୀ ମହାଦେବଙ୍କ ପାଖରେ ଗୁହାରି ପଡ଼ି ମାନସିକ କୁଣ୍ଡରେ ଗାଧୋଇ ଗୁଆ ପାଇଲେ ପୁତ୍ରସନ୍ତାନ ଲାଭ କରନ୍ତି । ପୀଠରେ ମକର ସଂକ୍ରାନ୍ତିଠାରୁ ମାଘ ସପ୍ତମୀ ପର୍ୟ୍ୟନ୍ତ ମେଳା ଚାଲିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା