ବଡ଼ ଧରଣର ମାଓ ଆକ୍ରମଣ ଯୋଜନା ପଣ୍ଡ

ମାଲକାନଗିରି, (ବଡ଼ ଖବର ବ୍ୟୁରୋ): ମାଲକାନଗିରି ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା । ଆନ୍ଧ୍ର-ଓଡ଼ିଶା ସୀମାନ୍ତ ଗୋରାସେତୁଠାରେ ଠାବ ହୋଇଛି ଏକ ବଡ଼ ଧରଣର ମାଓକ୍ୟାମ୍ପ୍ । ଆନ୍ଧ୍ର-ଓଡ଼ିଶା ବର୍ଡର ଜୋନାଲ କମିଟିର ଶତାଧିକ ମାଓବାଦୀ ଗୋରାସେତୁ ଜଙ୍ଗଲରେ ଠୁଳହୋଇ ବଡ଼ ଧରଣର ଆକ୍ରମଣ ପାଇଁ ଯୋଜନା କରୁଥିଲେ । ଗୁଇନ୍ଦା ସୂଚନା ଆଧାରରେ ମାଲକାନଗିରି ଏସପିଙ୍କ ନେତୃତ୍ୱରେ ଡିଭିଏଫ, ଏସଓଜି ଓ ଆନ୍ଧ୍ର ଗ୍ରେହାଉଣ୍ଡ ମିଳିତ ଚଢ଼ାଉ କରିଥିଲେ । ୩ ଘଣ୍ଟାରୁ ଅଧିକ ସମୟ ଧରି ମାଓବାଦୀ ଓ ଯବାନଙ୍କ ମଧ୍ୟରେ ଗୁଳି ବିନିମୟ ପରେ ମାଓବାଦୀମାନେ ଛତ୍ରଭଙ୍ଗ ଦେଇଛନ୍ତି । ଘଟଣାସ୍ଥଳରୁ ପୋଲିସ ବିପୁଳ ମାଓ ସାମଗ୍ରୀ ଜବତ କରିଛି । ୩ଟି ଏସ. ଏଲ. ଆର ବନ୍ଧୁକ, ଅଫୁଟା ଗୁଳି, ଲେଣ୍ଡମାଇନ, ମାଓ ୟୁନିଫମ,ର୍ ନକ୍ସଲ ଟିକ୍.ମାଓ ପୁସ୍ତକ ଓ ପ୍ରଚାର ପତ୍ର ଜବତ ହୋଇଛି । ଅନ୍ୟପଟେ ମାଓବାଦୀଙ୍କୁ ଠାବ କରିବାକୁ ସର୍ଚ୍ଚ ଅପରେସନ ଚାଲିଥିବା କହିଛନ୍ତି ମାଲକାନଗିରି ଏସପି ରିଶିକେଶ ଖିଲାରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!