Masthead

ସ୍ୱାମୀ ହନ୍ତା ପତ୍ନୀ

କାଲିମେଳା (ବଡ଼ ଖବର ବ୍ୟୁରୋ): ହୋମଅଗ୍ନିକୁ ସାକ୍ଷୀରଖି ବିବାହ କରିଥିଲେ । ସାତ ଜନମ ସାଥୀହୋଇ ଚାଲିବା ନେଇ କଥା ଦେଇଥିଲେ । ହେଲେ ସବୁକିଛି ଭୁଲିଗଲେ । ସ୍ୱାମୀ ପାଇଁ କାଳ ସାଜିଲେ ପତ୍ନୀ । ସାମାନ୍ୟ ପାରିବାରିକ କଳହକୁ କେନ୍ଦ୍ରକରି ସ୍ୱାମୀକୁ ନିଜ ହାତରେ ହତ୍ୟା କଲେ ସ୍ତ୍ରୀ । ସ୍ୱାମୀକୁ ରଶିରେ ଗଳା ଚିପି ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି ପତ୍ନୀ ।

ଏଭଳି ଏକ ହତ୍ୟାକାଣ୍ଡ ଘଟିଛି ମାଲକାନଗିରି ଜିଲ୍ଲା କାଲିମେଳା ବ୍ଳକ ଏମଭି – ୭୯ ଗାଁରେ । ଥାନାରେ ଲିଖିତ ଅଭିଯୋଗ ପରେ ପୋଲିସ ଅଭିଯୁକ୍ତ ସ୍ତ୍ରୀକୁ ଗିରଫକରି କୋର୍ଟ ଚାଲାଣ କରିଥିବା ଜଣାପଡ଼ିଛି । ସୂଚନା ଅନୁଯାୟୀ ଏମଭି-୭୯ ଗାଁର ନିଖିଲ ସନାଙ୍କ ମୃତଦେହ ସନ୍ଦେହ ଜନକ ଅବସ୍ଥାରେ ତାଙ୍କ ଘରର ଗୁହାଳରୁ ବିଳମ୍ବିତ ରାତିରେ ମିଳିଥିଲା । ନିଖିଲଙ୍କ ଭାଇ ସୁଶିଲ ସନା ଭାଇଙ୍କ ହତ୍ୟା ଅଭିଯୋଗ ଆଣି ଏମଭି – ୭୯ ଥାନାର ଦ୍ୱାରସ୍ତ ହୋଇଥିଲେ । ପୋଲିସ ତଦନ୍ତ ପରେ ସ୍ତ୍ରୀ ସ୍ତ୍ରୀ ଅଳକା ସାନା ଅଭିଯୁକ୍ତ ବୋଲି ଜଣାପଡଥିଲା । ଅଳକା ସାନାକୁ ଗରିଫ କରି ପୋଲିସ ଶୁକ୍ରବାର କୋର୍ଟ ଚାଲାଣ କରିଛି । ନିଖିଲକୁ ଏକ ରଶିରେ ଗଳାକୁ ଚିପି ହତ୍ୟା କରିଥିବା ନେଇ ପୋଲିସ ନିକଟରେ ସ୍ୱୀକାର କରିଛି ଅଳକା । ଥାନା ଅଧିକାରୀ ସୂଚନା ଅନୁସାରେ ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ସବୁବେଳେ ଗଣ୍ଡଗୋଳ, ମାରପିଟ ଲାଗିରହିଥିବା ବେଳେ ଗତ ୨ ତାରିଖ ଦିନ ସଂନ୍ଧ୍ୟାରେ ଉଭୟଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା । ଅନ୍ୟପଟେ ଏହି ଘଟଣାରେ ଅନ୍ୟଲୋକଙ୍କ ସମ୍ପୃକ୍ତି ନେଇ ମଧ୍ୟ ପୋଲିସ ଅଧିକ ତଦନ୍ତ ଚଳାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ