Masthead

ସ୍ୱାଭିମାନ ଅଞ୍ଚଳରୁ କାର୍ଯ୍ୟାରମ୍ଭ କଲେ ଜିଲ୍ଲାପାଳ

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ସ୍ୱାଭିମାନ ଅଞ୍ଚଳକୁ ଆଜି ଗସ୍ତ କରିଛନ୍ତି ପ୍ରଯୁକ୍ତି, ବିଜ୍ଞାନ ଓ କ୍ରିଡା ମନ୍ତ୍ରୀ ତୁଷାରକାନ୍ତି ବେହେରା । ସାଥୀରେ ଅଛନ୍ତି ପୁର୍ବତନ ମନ୍ତ୍ରୀ ଚନ୍ଦ୍ରସାରଥି ବେହେରା, ନବରଙ୍ଗପୁର ସାଂସଦ ରମେଶ ଚନ୍ଦ୍ର ମାଝୀ, ମାଲକାନଗିରି ଆଦିବାସୀ ବିକାଶ ପରିଷଦ ଅଧକ୍ଷ ମାନସ ମାଡକାମୀ ଓ ଚିତ୍ରକୋଣ୍ଡା ବିଧାୟକ ପୂର୍ଣ୍ଣଚନ୍ଦ୍ର ବାକା । ଏହି ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସ୍ୱାଭିମାନ ଅଞ୍ଚଳର ଆଦିବାସୀ ଲୋକଙ୍କ ସହ ସିଧାସଳଖ କଥା ହୋଇଥିଲେ । ସେମାନଙ୍କୁ ୪ ଜି ମୋବାଇଲ ବଣ୍ଟନ କରିଥିଲେ ମନ୍ତ୍ରୀ । ସ୍ୱାଭିମାନ ଅଞ୍ଚଳର ବିକାଶ ଲାଗି ରାଜ୍ୟ ସରକାର ପୂର୍ବରୁ ୧୦୦କୋଟି ଟଙ୍କାର ପ୍ୟାକେଜ ଦେଇଥିବା ବେଳେ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ୬୦ କିଲୋମିଟର ରାସ୍ତା କାମ ଚାଲିଛି । ତେବେ ସ୍ୱାଭିମାନ ଅଞ୍ଚଳର ଆଦିବାସୀ ଲୋକଙ୍କ ବିକାଶ ଲାଗି ଆଉ ଯାହା ଆବଶ୍ୟକ ତାହା ସରକାର ଯୋଗାଇ ଦେବେ ବୋଲି ମନ୍ତ୍ରୀ ତୁଷାରକାନ୍ତି ବେହେରା ପ୍ରତିଶ୍ରୁତି ଦେଇଛନ୍ତି । ମାଲକାନଗିରି ଜିଲ୍ଲାପାଳ ମନିଷ ଅଗ୍ରୱାଲଙ୍କ ବଦଳି ପରେ ନୂତନ ଜିଲ୍ଲାପାଳ ଭାବେ ଦାୟିତ୍ୱ ନେଇଥିବା ୱାଇ. ବିଜୟ ସ୍ୱାଭିମାନ ଅଞ୍ଚଳରୁ ନିଜର କାର୍ୟ୍ୟ ଆରମ୍ଭ କରିଛନ୍ତି । ଜିଲ୍ଲା ମୁଖ୍ୟାଳୟକୁ ପ୍ରଥମେ ନଆସି ସ୍ୱାଭିମାନ ଅଞ୍ଚଳରେ ବସି ନିଜର କାର୍ୟ୍ୟଭାର ଗ୍ରହଣ କରିଛନ୍ତି ଜିଲ୍ଲାପାଳ ୱାଇ. ବିଜୟ । ସ୍ୱାଧୀନତାର ଦୀର୍ଘ ବର୍ଷ ପରେ ପ୍ରଥମ ଥର ଲାଗି ନେତା, ମନ୍ତ୍ରୀ ଓ ଜିଲ୍ଲାର ବରିଷ୍ଠ ଅଧିକାରୀମାନଙ୍କୁ ଏବେ ନିକଟରୁ ଦେଖି ବେଶ ଖୁସି ହୋଇଛନ୍ତି ସ୍ୱାଭିମାନ ଅଞ୍ଚଳର ଆଦିବାସୀ ଜନତା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ