Before Header

ଲଗାଣ ବର୍ଷାରେ ମାଲକାନଗିରି-ବାଲିମେଳା ଯୋଗାଯୋଗ ବିଚ୍ଛିନ୍ନ

0 33

ମାଲକାନଗିରି(ବଡ଼ ଖବର ବ୍ୟୁରୋ): ଲଗାଣ ବର୍ଷାରେ ବେହାଲ ମାଲକାନଗିରି ଜିଲ୍ଲା । ଜିଲ୍ଲାରେ ଗତ ଦୁଇ ଦିନ ଧରି ଲଗାଣ ବର୍ଷା ହେବା କାରଣରୁ ବୁଡିଲା କୋରକୋଣ୍ଡା ପୋଲ । ପୋଲ ଉପରେ ତିନି ରୁ ଚାରି ଫୁଟ ଉଚ୍ଚତାରେ ପାଣି ପ୍ରବାହିତ ହେଉଥିବା ବେଳେ ମାଲକାନଗିରି ଠାରୁ ବାଲିମେଳା ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି । ପୋଲର ଦୁଇ ପାର୍ଶ୍ଵରେ ଅନେକ ଯାନ ବାହାନ ଅଟକି ରହିଥିବା ବେଳେ ଶହ ଶହ ଲୋକେ ଫସି ରହିଛନ୍ତି । ପୋଲିସ ଓ ପ୍ରଶାସନିକ ଅଧିକାରୀ ଘଟଣା ସ୍ଥଳରେ ପହଞ୍ଚି ପରିସ୍ଥିତି ଉପରେ ନଜର ରଖିଛନ୍ତି ।

Leave A Reply

Your email address will not be published.