ଶାଶୁ ଦେହରେ ନିଆଁ ଲଗାଇ ଦେଲା ବୋହୂ

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ଟଙ୍କା ଚୋରି ଧରା ପଡିବା ପରେ ଶାଶୁଙ୍କୁ ନିଆଁ ଲଗାଇ ପୋଡି ଦେଲେ ବୋହୂ । ଏପରି ଏକ ଅଭାବନିୟ ଘଟଣା ଦେଖିବାକୁ ମିଳିଛି ମାଲକାନଗିରି ଜିଲ୍ଲାରେ । ମାଲକାନଗିରି ଥାନା ଅନ୍ତର୍ଗତ ଏମଭି ୧୮ ଗ୍ରାମର ରେଣୁକା ବୈଦ୍ୟ ନିଜ ଘରେ ଶୋଇଥିବା ବେଳେ ବେଳେ ବୋହୂ ଜୟା ତାଙ୍କ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇବା ପରେ ଘରର କବାଟ ବନ୍ଦ କରି ଚାରି ମାସର ପୁଅକୁ ନେଇ ବାପ ଘରକୁ ଚାଲି ଯାଇଛନ୍ତି ।

ଗୁରୁତର ଅବସ୍ଥାରେ ଗାଁ ଲୋକେ ପ୍ରଥମେ ମାଲକାନଗିରି ଜିଲ୍ଲା ସଦର ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ ହେଲେ ରେଣୁକାଙ୍କ ଶରୀରର ୬୦ ପ୍ରତିଶତ ପୋଡି ଯାଇଥିବାରୁ ତାଙ୍କୁ ଛତିଶଗଡ ରାୟପୁରର ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ଏହି ଘଟଣାକୁ ନେଇ ଜୟାଙ୍କ ସ୍ୱମୀ ଅବିନାଶ ବୈଦ୍ୟ ମାଲକାନଗିରି ଥାନାରେ ଏତଲା ଦେଇଛନ୍ତି । ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ