Masthead

ମାଲକାନଗିରି ନାବାଳିକାଙ୍କୁ ଦୁଷ୍କର୍ମ ମାମଲା, ଦୁଷ୍କର୍ମ ନୁହେଁ ଗଣଦୁଷ୍କର୍ମ

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ମାଲକାନଗିରି ଜିଲ୍ଲାରେ ନାବାଳିକା ଦୁଷ୍କର୍ମରେ ଆସିଲା ନୂଆ ମୋଡ । ପୀଡିତାଙ୍କ ବୟାନ ରେକର୍ଡ କରିବା ପରେ ମାଲକାନଗିରି ଏସପି କହିଛନ୍ତି ଯେ ଏହା ଦୁଷ୍କର୍ମ ନୁହେଁ ଗଣଦୁଷ୍କର୍ମ । ଦୁଇଟି ପୃଥକ ମାମଲାରେ ୪ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ମାଲାକାନଗିରି ପୋଲିସ । ୩୨୬ ନମ୍ବର ଜାତୀୟ ରାଜପଥର ବିଜାଘାଟି ନିକଟକରେ ନାବାଳିକାଙ୍କୁ ଦୁଷ୍କର୍ମ ମାମଲାରେ ଉତ୍ତର ପ୍ରଦେଶର ଜଣେ ଟ୍ରକ ଡ୍ରାଇଭରଙ୍କୁ ଗିରଫ କରାଯାଇଛି ।

ଅନ୍ୟ ଘଟଣାଟି ମାଲକାନଗିରି ସହରରେ ହୋଇଥିବା ବେଳେ ତିନି ଜଣଙ୍କୁ ଗିରଫ କରାଯାଇଛି । ମୋଟ ଚାରି ଜଣଙ୍କୁ କୋର୍ଟ ଚାଲାଣ କରାଯାଇଥିବା ନେଇ ସୂଚନା ଦେଇଛନ୍ତି ମାଲକାନଗିରି ଏସପି । ହେଲେ ଏହାକୁ ନେଇ ଏବେ ଆରମ୍ଭ ହୋଇଛି ରାଜନୀତି । ଉଭୟ କଂଗ୍ରେସ ଓ ବିଜେଡି ଥାନାକୁ ଯାଇ ନାରା ବାଜି କରିବା ସହ ରାଜ୍ୟ ସରକାରଙ୍କ ନାରି ସୁରକ୍ଷାକୁ ନେଇ ପ୍ରଶ୍ନ ଉଠାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ