Masthead

ବଳାତ୍କାରୀକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ

ମାଲକାନାଗିରି (ବଡ଼ ଖବର ବ୍ୟୁରୋ): ଏକ ବଳାତ୍କାର ମାମଲାର ଶୁଣାଣି କରି ମାଲକାନଗିରି ଅତିରିକ୍ତ ଜିଲ୍ଲା ଦୌରା ଜଜ୍ ଅଭିଯୁକ୍ତକୁ ଦୋଷୀ ସାବ୍ୟସ୍ତ କରିବା ସହ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ ପ୍ରଦାନ କରିଛନ୍ତି । ଏହାସହ ୫୦ହଜାର ଟଙ୍କାର ଜୋରିମାନା କରିଛନ୍ତି । ୨୦୧୬ରେ ବାଲିମେଳା ଥାନା ଏମ୍ଭି ୬ ଗାଁର ଅଜୟ ସିକଦାର ଜଣେ ନାବାଳିକାଙ୍କୁ ଅପହରଣ କରି ବଳାତ୍କାର କରିଥିଲା । ନାବାଳିକା ଜଣକ ଗର୍ଭବତୀ ହୋଇଥିଲେ । ପୀଡ଼ିତାଙ୍କ ପରିବାର ଲୋକେ ଏ ସମ୍ପର୍କରେ ବାଲିମେଳା ଥାନାରେ ଅଭିଯୋଗ କରିଥିଲେ । ପୋଲିସ ସିକଦାରକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା । ୪ବର୍ଷ ଧରି ମାମଲାର ବିଚାର କରାଯିବା ପରେ ୨୭ ସାକ୍ଷୀଙ୍କ ବୟାନକୁ ଭିତ୍ତି କରି ଅତିରିକ୍ତ ଜିଲ୍ଲା ଦୌରା ଜଜ୍ ମୋହଲତ ସା ସିକଦାରକୁ ପକ୍ସୋ ଆଇନରେ ଦଣ୍ଡବିଧାନ କରିଛନ୍ତି । ସରକାରୀ ଓକିଲ ଲମ୍ବୋଦର ତୁରୁକ ମାମଲା ପରିଚାଳନା କରୁଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ