ବଙ୍ଗରେ ଦିଦିଙ୍କ ହ୍ୟାଟ୍ରିକ

କୋଲକାତା(ବଡ଼ ଖବର ବ୍ୟୁରୋ): ବଙ୍ଗରେ ମମତାଙ୍କ ହ୍ୟାଟ୍ରିକ । ଲଗାତାର ତୃତୀୟ ଥର ଭାବେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଗାଦି ସମ୍ଭାଳିଛନ୍ତି ମମତା ବାନାର୍ଜୀ । ଏନେଇ ଆଜି ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ ରାଜ୍ୟପାଳ ଜଗଦୀପ ଧନଖର । ରାଜଭବନ ଟାଉନ ହଲରେ ଆଜି ଶପଥ ନେଇଛନ୍ତି ମମତା । ଦିଦି ନିଜ ବଙ୍ଗାଳୀ ଭାଷାରେ ଶପଥ ନେଇଥିଲେ । ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦମାନେ ମେ ୯ ବିଶ୍ୱକବି ରବୀନ୍ଦ୍ରନାଥ ଠାକୁରଙ୍କ ଜୟନ୍ତୀରେ ଶପଥ ଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି ।

ପଶ୍ଚିମବଙ୍ଗରେ ୨୯୪ ଆସନରୁ ୨୯୨ ଆସନରେ ଭୋଟ ହୋଇଥିଲା । ୨୧୩ ଆସନରେ ବିଜୟୀ ଲାଭ କରିଛି ତୃଣମୂଳ କଂଗ୍ରେସ । ସେପଟେ ତୃତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିବା ମମତା ବାନାର୍ଜୀ ବିଧାନସଭା ସହ ସାତ ଥର ଲୋକସଭାକୁ ମଧ୍ୟ ନିର୍ବାଚିତ ହୋଇଛନ୍ତି । ୧୯୮୪ରେ ପ୍ରଥମ ଥର ପାଇଁ ସାଂସଦ ହୋଇଥିଲେ । ୧୯୯୧ରେ ଦ୍ୱିତୀୟ, ୧୯୯୬ରେ ତୃତୀୟ ଥର ଭାବେ ସାଂସଦ ଭାବେ ର୍ନିବାଚିତ ହୋଇଥିଲେ । ଏହାପରେ ୧୯୯୭ରେ ତୃଣମୂଳ କଂଗ୍ରେସର ସ୍ଥାପନ କରିଥିଲେ ମମତା ବାନାର୍ଜୀ । ୧୯୯୧ରୁ ୨୦୦୧ ମଧ୍ୟରେ ରେଳ ମନ୍ତ୍ରୀ ଭାବେ କାର୍ଯ୍ୟ କରିସାରିଛନ୍ତି । ୨୦୦୩ରୁ ୨୦୦୪ରେ କ୍ୟାବିନେଟ ମନ୍ତ୍ରୀ ଭାବେ କାର୍ଯ୍ୟ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ