Masthead

ଆଜି ଓଡ଼ିଶା ଆସୁଛନ୍ତି ଦିଦି, ଆହତଙ୍କ ଚିକିତ୍ସା ସମ୍ପର୍କରେ କରିବେ ସମୀକ୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ପୁଣି ଓଡ଼ିଶା ଆସୁଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ବାହାନଗା ରେଳ ଦୁର୍ଘଟଣାରେ ଆହତଙ୍କ ଚିକିତ୍ସା ସମ୍ପର୍କରେ ମମତା ସମୀକ୍ଷା କରିବେ। ଓଡ଼ିଶା ଗସ୍ତକୁ ଦୃଷ୍ଟିରେ ରଖି ମମତା ତାଙ୍କର ୩ ଦିନିଆ ଦାର୍ଜିଲିଂ ଗସ୍ତ ବାତିଲ କରିଥିବା ସୂଚନା ମିଳିଛି। ଦିନ ୨ଟାରେ ଭୁବନେଶ୍ୱରରେ ପହଂଚିବା ପରେ ସେ ଏସସିବି ଯିବେ । ସେଠାରେ ଚିକିତ୍ସାଧୀନ ୫୮ ଯାତ୍ରୀଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିବେ । ପରେ ଡାକ୍ତରୀ ଟିମ୍, ଏସସିବି ଅଧୀକ୍ଷକ ଓ ଅନ୍ୟ କର୍ତୃପକ୍ଷଙ୍କ ସହ ଆଲୋଚନା କରିବେ । ମମତା ବାନାର୍ଜୀ ଏସସିବି ପରେ ଭୁବନେଶ୍ୱର ଆସିବେ । ଭୁବନେଶ୍ୱରରେ ପଶ୍ଚିମବଙ୍ଗର କିଛି ମୃତକଙ୍କୁ ପରିବାରକୁ ଭେଟିବା ସହ ମୃତଦେହ ନେବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ହୋଇଥିବା ବ୍ୟବସ୍ଥାର ଅନୁଧ୍ୟାନ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ