Masthead

ସନ୍ଦେଶଖାଲିରେ ଜାରି ରହିବ ସିବିଆଇ ଯାଞ୍ଚ

ପଶ୍ଚିମବଙ୍ଗ (ବଡ଼ ଖବର ବ୍ୟୁରୋ): ସନ୍ଦେଶଖାଲି ମାମଲାରେ ସୁପ୍ରିମକୋର୍ଟରୁ ପଶ୍ଚିମବଙ୍ଗର ମମତା ବାନାର୍ଜୀ ସରକାରଙ୍କୁ କୌଣସି ଆଶ୍ୱସ୍ତି ମିଳିନାହିଁ । ସୁପ୍ରିମକୋର୍ଟ ମାମଲାର ଶୁଣାଣୀ କରି କହିଛନ୍ତି ସନ୍ଦେଶଖାଲି କେସ୍‌ରେ ସିବିଆଇ ଯାଞ୍ଚ ଜାରି ରହିବ । ସୁପ୍ରିମକୋର୍ଟ ମନ୍ତବ୍ୟ ଦେଇଛନ୍ତି ଯେ ଜଣେ ବ୍ୟକ୍ତିଙ୍କ ସ୍ବାର୍ଥ ରକ୍ଷା ପାଇଁ ରାଜ୍ୟ ସରକାର କିପରି ସୁପ୍ରିମକୋର୍ଟଙ୍କ ନିକଟକୁ ଯାଇପାରିବେ । ଏହି ମାମଲାରେ ସୁପ୍ରିମକୋର୍ଟ ହାଇକୋର୍ଟଙ୍କ ଆଦେଶ ଉପରେ କୌଣସି ପ୍ରକାର ରୋକ ଲଗାଇ ନାହାନ୍ତି ।

ସୁପ୍ରିମକୋର୍ଟ ଟିପ୍ପଣୀ କରିଛନ୍ତି କି ରାଜ୍ୟ ସରକାର କୌଣସି ଜଣେ ବ୍ୟକ୍ତିଙ୍କ ସୁରକ୍ଷା ଲାଗି ସୁପ୍ରିମକୋର୍ଟରେ କିପରି ଆବେଦନ କରିପାରିବେ । ଗ୍ରୀଷ୍ମ ଛୁଟିପରେ କୋର୍ଟ ଏହି ମାମଲାରେ ଶୁଣାଣୀ କରିବେ । ଏହି ମାମଲାର ଶୁଣାଣୀ ବିଚାରପତି ବି.ଆର୍‌. ଗଭଇ ଓ ବିଚାରପତି ସନ୍ଦୀପ ମେହେଟ୍ଟା କରିଛନ୍ତି । ତେବେ କୋଲକାତା ହାଇକୋର୍ଟ ଏହି ମାମଲାରେ ମମତା ସରକାରଙ୍କୁ ଜୋରଦାର ଝଟକା ଦେଇ ସନ୍ଦେଶଖାଲି କେସ୍‌ରେ ସିବିଆଇ ଯାଞ୍ଚ କରିବାର ନିଷ୍ପତ୍ତି ଶୁଣାଇଥିଲେ । ହାଇକୋର୍ଟ ଏହି ନିର୍ଦ୍ଦେଶ ଦେବା ସହ କହିଥିଲେ କି ଯାଞ୍ଚର ତଦାରଖ ମଧ୍ୟ କୋର୍ଟ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ