Masthead

ମମିତା ହତ୍ୟା ମାମଲା; କାର ଭିତରେ ହତ୍ୟା କରିଥିଲା ଗୋବିନ୍ଦ

କଳାହାଣ୍ଡି(ବଡ଼ ଖବର ବ୍ୟୁରୋ): ପ୍ରତ୍ୟେକ ଦିନ କଳାହାଣ୍ଡି ମହାଲିଙ୍ଗ ସନସାଇନ ସ୍କୁଲ ଅଧ୍ୟକ୍ଷା ମମିତା ମେହେରଙ୍କ ମର୍ଡର ମିଷ୍ଟ୍ରିର ନୂଆ ନୂଆ ଖୁଲାସା ସାମ୍ନାକୁ ଆସୁଛି । ଏହା ମଧ୍ୟରେ ଉତ୍ତରାଞ୍ଚଳ ଡିଆଇଜି ଦୀପକ କୁମାର ବଲାଙ୍ଗୀରରେ ପ୍ରେସମିଟ କରି ଅନେକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଖୁଲାସା କରିଛନ୍ତି । ତେବେ ଗୋବିନ୍ଦ ସାହୁଙ୍କ ଅନୈତିକ ସମ୍ପର୍କ ଓ ପରକୀୟା ପ୍ରୀତି ବିଷୟରେ ଜାଣିଥିଲେ ମମତା । ଯାହାଫଳରେ ଏହି ଘଟଣଣା କାଳେ ବାହାରକୁ ଆସିଯିବ ସେଥିପାଇଁ ମମିତାଙ୍କୁ କାର ଭିତରେ ଗୋବିନ୍ଦ ହତ୍ୟା କରିଛି ବୋଲି ଉତ୍ତରାଞ୍ଚଳ ଡିଆଇଜି ଗଣମାଧ୍ୟମ ନିକଟରେ ସ୍ପଷ୍ଟ କରିଛନ୍ତି । ସେପଟେ ଅଧ୍ୟାପିକା ମମିତା ମେହେରଙ୍କୁ ହତ୍ୟା କରିଥିବା ନେଇ ସ୍ୱୀକାର କରିବା ପରେ ଅଭିଯୁକ୍ତ ଗୋବିନ୍ଦ ସାହୁକୁ ବଙ୍ଗୋମୁଣ୍ଡା SDJM କୋର୍ଟରେ ହାଜର କରିଥିଲେ । ଅଭିଯୁକ୍ତ ଗୋବିନ୍ଦକୁ ଅଧିକ ପଚରାଉଚରା ପାଇଁ ପୁଲିସ ୭ ଦିନିଆ ରିମାଣ୍ଡ ଆବେଦନ କରିଥିଲା ।

ହେଲେ ପୁଲିସ ପୁଲିସକୁ ୫ ଦିନିଆ ରିମାଣ୍ଡରେ ନେବାକୁ କୋର୍ଟ ମଞ୍ଜୁର ଦେଇଥିଲେ । ଅନ୍ୟପଟେ ମମିତାଙ୍କୁ ହତ୍ୟା କରିବାକୁ ଗୋବିନ୍ଦ ପୂର୍ବରୁ ଯୋଜନା କରିଥିଲା । ଆଉ ଯୋଜନା ଅନୁସାରେ ମମିତାଙ୍କୁ ଗୋବିନ୍ଦ ଭବାନୀପାଟଣା ଡାକିଥିଲେ । ଆଉ ୮ ତାରିଖ ଦିନ ଭବାନୀପାଟଣାରୁ କେ ଗାଁରୁ ଫେରୁଥିବା ରାସ୍ତାରେ ମମିତାଙ୍କୁ ହତ୍ୟା କରାଯାଇଥିଲା । ତେବେ ତଣ୍ଟିଚିପି ହତ୍ୟା କରାଯାଇଛି କି ନାହିଁ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ କରାଯାଇ ନାହିଁ । ହତ୍ୟା କରିବା ପରେ ମମିତାଙ୍କ ମୃତଦେହକୁ ଗୋବିନ୍ଦ ସାଥୀରେ ନେଇଯାଇଥିଲା । ଅନ୍ଧାର ହେବା ପରେ ମୃତଦେହକୁ ଷ୍ଟାଡିୟମକୁ ନେଇ ଗୋବିନ୍ଦ ପୋଡିଦେଇଥିଲା । ପରଦିନ ସକାଳେ ଜେସିବି ମେସିନରେ ଉକ୍ତ ମୃତଦେହକୁ ଗୋବିନ୍ଦ ପୋତିଦେଇଥିଲା । ସେପଟେ ଏହି ହତ୍ୟାକାଣ୍ଡରେ କେତେ ଜଣଙ୍କ ସମ୍ପୃକ୍ତି ରହିଛି ପୁଲିସ ଏହାର ଯାଞ୍ଚ କରୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ