Masthead

ମମିତା ହତ୍ୟା ମାମଲା, ଜବତ ହେଲା ସ୍କୁଟି ଏବଂ ଜେସିବି

ବଲାଙ୍ଗିର (ବଡ଼ ଖବର ବ୍ୟୁରୋ): ବହୁ ଚର୍ଚ୍ଚିତ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟାକାଣ୍ଡ ମାମଲାରେ ବ୍ୟବହୃତ ଜେସିବି ଓ ସ୍କୁଟିକୁ ଜବତ କରି ଥାନାକୁ ଆଣିଛି ସିଂଧେକେଲା ପୋଲିସ । ମମିତାଙ୍କୁ ହତ୍ୟା କରିବା ପରେ ଗୋବିନ୍ଦ ସାହୁ ଶବ ପୋତିବାକୁ ଏହି ଜେସିବି ବ୍ୟବହାର କରିଥିବାବେଳେ ଶବ ପୋଡ଼ିବା ପାଇଁ ଟାୟାର ଆଣିବାକୁ ଏହି ସ୍କୁଟି ବ୍ୟବାହର କରିଥିଲା ।

ମମିତାକୁ ହତ୍ୟାକରୀ ମହାଲିଙ୍ଗ ସ୍କୁଲ ପଡିଆରେ ଜେ.ସି.ବି ସାହାଯ୍ୟରେ ଗାତଖୋଲି ପୋତିଦେଇଥିବା ପୋଲିସ କହିଥିଲା । ଏହା ସହିତ ଗୋବିନ୍ଦ ସାହୁ ନିଜ ସ୍କୁଟିରେ ଶବ ପୋଡିବା ପାଇଁ ଟାୟାର ଆଣିଥିବା ପୋଲିସକୁ କହିଥିଲା । ତେଣୁ ସିନ୍ଧେକେଲା ପୋଲିସ ମହାଲିଙ୍ଗରୁ ଘଟଣାରେ ବ୍ୟବହୃତ ଜେ.ସି.ବି ଏବଂ ଗୋବିନ୍ଦର ସ୍କୁଟିକୁ ଜବତ କରି ଥାନାକୁ ଆଣିଛି । ଜେ.ସି.ବି ଡ୍ରାଇଭର ଗାତ ଖୋଲିବା ଏବଂ ଗାତ ପୋତିବା କାମ କରିଥିଲେ, ମଧ୍ୟ ହତ୍ୟାକାଣ୍ଡ ସଂପର୍କରେ ଜାଣିନଥିବା କହିବାରୁ ତାକୁ ଛାଡି ଦେଇଥିଲା ପୁଲିସ୍‌ ।

ଏପରିକି ଜେ.ସି.ବି ଡ୍ରାଇଭରକୁ ପୋଲିସ ସାକ୍ଷୀ କରିଥିବା ଜଣାପଡିଛି । ଜେ.ସି.ବି ଡ୍ରାଇଭରକୁ ଛାଡି ଦେଇଥିଲେ ମଧ୍ୟ ଜେ.ସି.ବିକୁ ଜବତ କରିଛି ପୋଲିସ ॥ ତେଣୁ ଲୋକଙ୍କ ଭିତରେ ଏବେ ବଡ ପ୍ରଶ୍ନ, ଜେ.ସି.ବି ଦୋଷୀ ହେଲା, ଆଉ ଡ୍ରାଇଭର କିପରି ର୍ନିଦ୍ଦୋଷ ହେଲା । ପୋଲିସର ଏପରି ଫଣ୍ଡାକୁ ନେଇ ଏବେ ଜୋରଦାର ଚର୍ଚ୍ଚା । ଏନେଇ ମୁହଁ ଖୋଲୁନି ସିନ୍ଧେକେଲା ପୋଲିସ କିମ୍ବା ବଡ ବଡିଆ ପୋଲିସ ଅଧିକାରୀ ।

ସେପଟେ ମମିତା ମେହେର ହତ୍ୟା ମାମଲାର ସିବିଆଇ ତଦନ୍ତ ଦାବିରେ ବିଭିନ୍ନ ଜିଲ୍ଳାରେ ବନ୍ଦ ପାଳନ ହୋଇଛି । ମମିତାଙ୍କ ହତ୍ୟାର ସିବିଆଇ ତଦନ୍ତ ସହ ହତ୍ୟାରେ ସମ୍ପୄକ୍ତ ଥିବା ଗୄହରାଷ୍ଟ୍ର ମନ୍ତ୍ରୀଙ୍କ ଇସ୍ତଫା ଓ ଗିରଫ ଦାବିରେ ସାରା ରାଜ୍ୟରେ ଉଷ୍ମତା ରହିଛି । ଏହି ସବୁ ଦାବି ନେଇ ବିଜେପି ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା 🔴 ଭିଜିଲାନ୍ସ ଜାଲରେ IAS ବାବୁ 🔴 ଶ୍ରୀମନ୍ଦିରରେ ବଡ ଅଘଟଣ : ଗରମ ଡାଲି ପଡି ୭ ଆହତ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା 🔴 ଭିଜିଲାନ୍ସ ଜାଲରେ IAS ବାବୁ 🔴 ଶ୍ରୀମନ୍ଦିରରେ ବଡ ଅଘଟଣ : ଗରମ ଡାଲି ପଡି ୭ ଆହତ