Masthead

ମମିତା ହତ୍ୟା ଘଟଣା, ବିଜେପିର ୧୨ ଘଣ୍ଟିଆ ବନ୍ଦ ଡ଼ାକରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟାକାଣ୍ଡକୁ ନେଇ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବି ଦିନକୁ ଦିନ ଜୋର ଧରୁଛି । ଏହା ପ୍ରତିବାଦରେ ବିଭିନ୍ନ ଜିଲ୍ଲାରେ ଆନ୍ଦୋଳନ ଜାରି ରଖିଛି ବିଜେପି । ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ବହିଷ୍କାର ଦାବିରେ ଆଜି ବିଭିନ୍ନ ଜିଲ୍ଲାରେ ବିଜେପି ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି ।

ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ କେନ୍ଦ୍ରାପଡା, ବାଲେଶ୍ୱର, ଜଗତସିଂହପୁର ଓ ବୌଦ୍ଧ ଜିଲ୍ଲାକୁ ସମ୍ପୂର୍ଣ୍ଣ ଭାବେ ବନ୍ଦ ନେଇ ଡାକରା ଦେଇଛି ବିଜେପି । ହେଲେ ବନ୍ଦରୁ ବାଦ ପଡିବ ଅତ୍ୟାବଶ୍ୟକ ଆମ୍ବୁଲାନ୍ସ ଏବଂ ଜରୁରୀକାଳିନ ସେବା । ଭଦ୍ରକ ଜିଲ୍ଲାରେ ମଧ୍ୟ ସକାଳ ୬ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ବନ୍ଦ ଡାକରା ଦେଇଛି ଦଳ । ତେବେ ଜରୁରୀ ସେବା ଯୋଗାଣକାରୀ ସଂସ୍ଥା ସବୁକୁ ଏହି ବନ୍ଦରୁ ବାଦ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ