ମାଟିତଳେ ମମିତାଙ୍କ ମୃତଦେହ

କଳାହାଣ୍ଡି (ବଡ଼ ଖବର ବ୍ୟୁରୋ): ୧୨ ଦିନ ହେବ ନିଖୋଜ ଅଛନ୍ତି ମମିତା ମେହେର । ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଖେଳପଡିଆରେ ଚାଲିଥିଲା ଖୋଳା କାମ । ମାଟି ତଳୁ ମିଳିଛି ଦରପୋଡା ମୃତଦେହ । ମୃତଦେହ କାହାର ସେନେଇ ଚାଲିଛି ତଦନ୍ତ । ଘଟଣାସ୍ଥଳରେ ମମିତାଙ୍କ ପରିବାର ଲୋକେ ଉପସ୍ଥିତ । ଶବ ଚିହ୍ନ କରିବା ପ୍ରକ୍ରିୟା ଜାରି ରହିଛି । ଏହାସହ ଶବର ଡିଏନ୍ଏ ଟେଷ୍ଟ ହେବା ନେଇ ସୂଚନା ଦିଆଯାଇଛି । ସ୍କୁଲ ପରିସରରେ ମାଜିଷ୍ଟ୍ରେଟଙ୍କ ସହ ୨ ପ୍ଲାଟୁନ ପୋଲିସ ଫୋର୍ସ ମୃତୟନ ଅଛନ୍ତି ।

ଅଞ୍ଚଳରେ ୧୪୪ ଧାରା ଲାଗୁ କରାଯାଇଛି । କଳାହାଣ୍ଡି ଘରୋଇ ସ୍କୁଲ ମମିତା ମେହେର ନିଖୋଜ ମାମଲା ଅଧିକ ଅଧିକ ରହସ୍ୟମୟ ହେବାରେ ଲାଗିଛି । ଅନ୍ୟପଟେ କଲେଜ ପ୍ରିନ୍ସପାଲଙ୍କୁ ପଚରାଉଚୁରା କରିଛି ପୋଲିସ । ମାଲିକ ଗୋବିନ୍ଦ ସାହୁ ଫେରାର ଥିବା ବେଳେ ଛାନଭିନ ଜାରି ରଖିଛନ୍ତି କଳାହାଣ୍ଡି ଓ ବଲାଙ୍ଗୀର ପୁଲିସ । ସେପଟେ, ଗୋବିନ୍ଦଙ୍କ ବିରୋଧରେ ପୁଲିସ ମାମଲା ରୁଜୁ କରି ତଦନ୍ତ ଚଳାଇଥିଲା । ଆଇପିସି ୩୬୬ ଧାରାରେ ରୁଜୁ ହୋଇଥିଲା ମାମଲା ।

ଏଥିରେ ୧୦ ବର୍ଷର ଜେଲ ଦଣ୍ଡାଦେଶ ଥିବାରୁ ଥାନାରୁ ନୋଟିସ୍ ଦେଇ ଛାଡିପାରିବ ନାହିଁ ପୁଲିସ । ତେଣୁ କେଉଁ କାରଣରୁ ୧୪ ତାରିଖଠାରୁ ରବିବାର ରାତି ପର୍ୟ୍ୟନ୍ତ ଗୋବିନ୍ଦ ସାହୁଙ୍କୁ ଅଟକ ରଖିଥିଲା ପୋଲିସ? ତାଙ୍କୁ କାହିଁକି କୋର୍ଟ ଚାଲାଣ କରି ରିମାଣ୍ଡରେ ଆଣିନଥିଲା ପୁଲିସ ? ରାତିରେ ବାରାକ୍ରେ ଏତେ ପୋଲିସ କର୍ମଚାରୀ ଥାଇ କେମିତି ଚକମା ଦେଇ ଫେରାର ମାରିଲା ମୁଖ୍ୟ ଅଭିଯୁକ୍ତ ? ଏହି ସମ୍ବେଦନଶୀଳ ଘଟଣାକୁ ନେଇ ଏବେ ଏଭଳି ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ଏପଟେ ଗୋବିନ୍ଦଙ୍କ ସହ ମନ୍ତ୍ରୀଙ୍କ ଘନିଷ୍ଠତାକୁ ନେଇ ବିରୋଧୀ ଅଭିଯୋଗ ଉଠାଉଛନ୍ତି । ତେଣୁ କାହା ଇଶାରାରେ ପୋଲିସ ତାଙ୍କୁ କୋର୍ଟ ଚାଲାଣ କରିନଥିଲା, ତାକୁ ନେଇ ମଧ୍ୟ ପ୍ରଶ୍ନ ଉଠୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!