Masthead

ମମିତା ମୃତ୍ୟୁ ମାମଲା, ଆଇଆଇସି ନିଲମ୍ବିତ

କଳାହାଣ୍ଡି (ବଡ଼ ଖବର ବ୍ୟୁରୋ): କଳାହାଣ୍ଡି କେଗାଁ ଥାନା ଆଇଆଇସି ନିଲମ୍ବିତ । କାର୍ଯ୍ୟରେ ଅବହେଲା ପାଇଁ ନିଳମ୍ବିତ ହେଲେ ଆଇଆଇସି ଡମୁ ପରଜା । ମମିତା ମେହେର ହତ୍ୟା ମାମଲାରେ ତାଙ୍କ ବିରୋଧରେ କାର୍ୟ୍ୟାନୁଷ୍ଠାନ ନିଆଯାଇଛି । ଦାୟିତ୍ଵରେ ଅବହେଳା ପାଇଁ ଥାନା ଅଧିକାରୀ ନିଲମ୍ବିତ ହୋଇଛନ୍ତି । କଳାହାଣ୍ଡି ଆରକ୍ଷୀ ଅଧିକ୍ଷକ ଶ୍ରବଣା ବିବେକ ଏମ୍ ସୂଚନା ଦେଇଛନ୍ତି । ସେପଟେ ବଲାଙ୍ଗିର ଚର୍ଚ୍ଚିତ ଶିକ୍ଷୟତ୍ରୀ ମମିତା ମେହେର ହତ୍ୟା କାଣ୍ଡରେ ମୁଖ୍ୟ ଅଭିଯୁକ୍ତ ସ୍କୁଲ ପରିଚାଳକ ଗିରଫ ହୋଇଥିବାବେଳେ ଆଜି ତାର ଆଉ ଜଣେ ସହଯୋଗୀ ରାଧେକୁ ଗିରଫ କରିଛି ପୋଲିସ ।

ଆଜି ତାକୁ କୋର୍ଟ ଚାଲାଣ କରାଯାଇଛି। ପୂର୍ବରୁ ପୋଲିସ୍ ଏହି ମାମଲାରେ ତିନି ଜଣଙ୍କୁ ଅଟକ ରଖି ତଦନ୍ତ କରିଥିଲା। ଯେଉଁଥିରେ ଜେଶିବି ଡ୍ରାଇଭର ପୁଷ୍ପ ଭୋଇ, ସହଯୋଗୀ ରାଧେ ଓ ଷ୍ଟାଡିୟମ୍ ମୁନସୀ ତଥା ତାର କାର ଡ୍ରାଇଭରକୁ ପୋଲିସ୍ ଅଟକ ରଖି ଜେରା କରିଥିଲା। ତେବେ ଆଜି ସହଯୋଗୀ ରାଧେ ବିରୋଧରେ ବଳିଷ୍ଠ ପ୍ରମାଣ ମିଳିବା ପରେ ପୋଲିସ୍ ତାକୁ ଗିରଫ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ