ମମିତା ମୃତ୍ୟୁ ମାମଲା; ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲା କଂଗ୍ରେସ

 

(ବଡ଼ ଖବର ବ୍ୟୁରୋ)  ମମିତା ମେହେର ହତ୍ୟାକାଣ୍ଡ ନେଇ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର କରିବା ପାଇଁ ଆନ୍ଦୋଳନ ଆହୁରି ଜୋରଦାର ହୋଇଛି । ରାଜ୍ୟ ସଭାପତି ସମୀର ମହାନ୍ତି କହିଛନ୍ତି ମନ୍ତ୍ରୀଙ୍କ ବିରୋଧରେ କାର୍ଯ୍ୟନୁଷ୍ଠାନ ନିଆ ଯିବ କି ନାହିଁ, ସିବିଆଇ ତଦନ୍ତ ହେବ କି ନାହିଁ ତାହା ମୁଖ୍ୟମନ୍ତ୍ରୀ ସ୍ପଷ୍ଟ କରିବେ । ସେ ଆହୁରି କହିଛନ୍ତି, ସିଏଜ ମଧ୍ୟ ଉକ୍ତ କଲେଜରେ ଖର୍ଚ୍ଚ ହୋଇଥିବା ପଶ୍ଚିମ ଓଡ଼ିଶା ପାଣ୍ଠିକୁ ନେଇ ପ୍ରଶ୍ନ ଉଠାଇଛନ୍ତି । ମୃତ ମମିତାଙ୍କ ପରିବାର ଲୋକେ ମଧ୍ୟ ମନ୍ତ୍ରୀଙ୍କ ନାଁରେ ଅଭିଯୋଗ କରୁଛନ୍ତି । କିନ୍ତୁ ମୁଖ୍ୟମନ୍ତ୍ରୀ କିଛି ନ ଜାଣିବା ପରି ଚୁପ ରହିଛନ୍ତି ।

ସେପଟେ କଂଗ୍ରେସ ଅଭିଯୋଗ କରିଛନ୍ତି, ମନ୍ତ୍ରୀ ଦିବ୍ୟଶଙ୍କର ଓ ପଞ୍ଚାୟତରାଜ ମନ୍ତ୍ରୀ ପ୍ରତାପ ଜେନାଙ୍କ ଆଢୁଆଳରେ ରହି ନିଜର କଳା କାରନାମା ଚଳାଇଥିଲା ଗୋବିନ୍ଦ । ତେବେ ଗୋବିନ୍ଦକୁ ଜାଣିଶୁଣି ଆଖୁ କିଆରିରେ ଲୁଚା ଯାଇଥିଲା । ଗୋବିନ୍ଦର କଲ ଡିଟେଲ୍ସ ଯାଞ୍ଚ ଦାବି ସହ ରାଜ୍ୟପାଳ ଆର୍ଟିକିଲ – ୧୫୪, ୧୫୯ ଅନୁସାରେ ନିଜ କ୍ଷମତାର ଉପଯୋଗ କରି କାର୍ଯ୍ୟନୁଷ୍ଠାନ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦିଅନ୍ତୁ ବୋଲି କଂଗ୍ରେସର ମୁଖପାତ୍ର ଦେବାଶିଷ ପଟ୍ଟନାୟକ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’