Masthead

ମମିତା ମୃତ୍ୟୁ ମାମଲା; ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲା କଂଗ୍ରେସ

 

(ବଡ଼ ଖବର ବ୍ୟୁରୋ)  ମମିତା ମେହେର ହତ୍ୟାକାଣ୍ଡ ନେଇ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର କରିବା ପାଇଁ ଆନ୍ଦୋଳନ ଆହୁରି ଜୋରଦାର ହୋଇଛି । ରାଜ୍ୟ ସଭାପତି ସମୀର ମହାନ୍ତି କହିଛନ୍ତି ମନ୍ତ୍ରୀଙ୍କ ବିରୋଧରେ କାର୍ଯ୍ୟନୁଷ୍ଠାନ ନିଆ ଯିବ କି ନାହିଁ, ସିବିଆଇ ତଦନ୍ତ ହେବ କି ନାହିଁ ତାହା ମୁଖ୍ୟମନ୍ତ୍ରୀ ସ୍ପଷ୍ଟ କରିବେ । ସେ ଆହୁରି କହିଛନ୍ତି, ସିଏଜ ମଧ୍ୟ ଉକ୍ତ କଲେଜରେ ଖର୍ଚ୍ଚ ହୋଇଥିବା ପଶ୍ଚିମ ଓଡ଼ିଶା ପାଣ୍ଠିକୁ ନେଇ ପ୍ରଶ୍ନ ଉଠାଇଛନ୍ତି । ମୃତ ମମିତାଙ୍କ ପରିବାର ଲୋକେ ମଧ୍ୟ ମନ୍ତ୍ରୀଙ୍କ ନାଁରେ ଅଭିଯୋଗ କରୁଛନ୍ତି । କିନ୍ତୁ ମୁଖ୍ୟମନ୍ତ୍ରୀ କିଛି ନ ଜାଣିବା ପରି ଚୁପ ରହିଛନ୍ତି ।

ସେପଟେ କଂଗ୍ରେସ ଅଭିଯୋଗ କରିଛନ୍ତି, ମନ୍ତ୍ରୀ ଦିବ୍ୟଶଙ୍କର ଓ ପଞ୍ଚାୟତରାଜ ମନ୍ତ୍ରୀ ପ୍ରତାପ ଜେନାଙ୍କ ଆଢୁଆଳରେ ରହି ନିଜର କଳା କାରନାମା ଚଳାଇଥିଲା ଗୋବିନ୍ଦ । ତେବେ ଗୋବିନ୍ଦକୁ ଜାଣିଶୁଣି ଆଖୁ କିଆରିରେ ଲୁଚା ଯାଇଥିଲା । ଗୋବିନ୍ଦର କଲ ଡିଟେଲ୍ସ ଯାଞ୍ଚ ଦାବି ସହ ରାଜ୍ୟପାଳ ଆର୍ଟିକିଲ – ୧୫୪, ୧୫୯ ଅନୁସାରେ ନିଜ କ୍ଷମତାର ଉପଯୋଗ କରି କାର୍ଯ୍ୟନୁଷ୍ଠାନ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦିଅନ୍ତୁ ବୋଲି କଂଗ୍ରେସର ମୁଖପାତ୍ର ଦେବାଶିଷ ପଟ୍ଟନାୟକ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ