ମଝି ନଦୀରୁ ଟାୱାର ଉପରୁ ଉଦ୍ଧାର ହେଲେ ଯୁବକ

କଟକ (ବଡ଼ ଖବର ବ୍ୟୁରୋ): ନଦୀ ମଝିରେ ଟାୱାର ଉପରେ ଫସି ରହିଥିଲେ ଯୁବକ । ଫସିଥିବା ବ୍ୟକ୍ତିଙ୍କୁ ଉଦ୍ଧାର କଲା ଓଡ଼ିଶା ଅଗ୍ନିଶମ ଓ ଜରୁରୀକାଳୀନ ସେବା ବିଭାଗ । ଘଟଣାଟି ପ୍ରାୟ ଶନିବାର ରାତିରେ କଟକର ଲାଲବାଘ ଥାନା ଅନ୍ତର୍ଗତ ଗଣେଶ ଘାଟ ନିକଟରେ ଘଟିଥିଲା । ଜଣେ ବ୍ୟକ୍ତି ମହାନଦୀ ମଝିରେ ଥିବା ଏକ ଟାୱାର ଉପରେ ଫସି ରହିଥିବା ନେଇ ବିଡାନାସୀ ଅଗ୍ନିଶମ କେନ୍ଦ୍ରକୁ ଜରୁରୀ କଲ୍ ମିଳିଥିଲା ।

ଖବର ପାଇବା ମାତ୍ରେ ଅଗ୍ନିଶମ କର୍ମଚାରୀମାନେ ପାୱାର ବୋଟ୍ ସହ ଘଟଣାସ୍ଥଳକୁ ପହଞ୍ଚି ଉଦ୍ଧାର ଅଭିଯାନ ଆରମ୍ଭ କରିଥିଲେ । ଦୀର୍ଘ ପ୍ରୟାସ ପରେ ଟାୱାର ଉପରେ ଫସିଥିବା ବ୍ୟକ୍ତିଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଥିଲା । ଉଦ୍ଧାର ହୋଇଥିବା ବ୍ୟକ୍ତି ଜଣଙ୍କ ହେଲେ କଟକ ଜିଲ୍ଲା ବାଙ୍କୀ ଥାନା ତାଳବସ୍ତ ଗ୍ରାମର ଶିବାନନ୍ଦ ନାୟକ। ଅଗ୍ନିଶମ ବାହିନୀର ତ୍ୱରିତ ପଦକ୍ଷେପ ଓ ସାହସିକ କାର୍ଯ୍ୟ ପାଇଁ ଏକ ମୂଲ୍ୟବାନ ଜୀବନ ରକ୍ଷା ପାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!