Masthead

ଆଜିଠୁ ଖୋଲିବ ମଣ୍ଡି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବହୁ ଅପେକ୍ଷା ପରେ ଆଜିଠୁ ଖୋଲିବ ମଣ୍ଡି । ଆଜିଠାରୁ ରାଜ୍ୟରେ ଆରମ୍ଭ ହେବ ଧାନ କିଣା । ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତଙ୍କ ସୂଚନା । ଚାଷୀଙ୍କ ପାଇଁ ଏଥର ମଣ୍ଡିରେ ସ୍ୱତନ୍ତ୍ର ବ୍ୟବସ୍ଥା ରହିଛି । ମଣ୍ଡିରେ ଖାଦ୍ୟ, ପାନୀୟ, ଶୌଚାଳୟ ଭଳି ବ୍ୟବସ୍ଥାରହିଛି । କଟ୍‌ନି ଛଟ୍‌ନି ଉପରେ ସରକାର ନଜର ରଖିଛନ୍ତି । ମଣ୍ଡିରୁ ଯେମିତି ଚାଷୀଙ୍କ ଧାନ ଠିକ୍ ସମୟରେ ଉଠିବ ତା ଉପରେ ମୋହନ ମାଝୀଙ୍କ ସରକାର ଗୁରୁତ୍ବ ଦେଇଛନ୍ତି ।

ଠିକ୍ ସମୟରେ ଗାଡି ପହଞ୍ଚାଇବା ପାଇଁ ମିଲ୍ ମାଲିକଙ୍କୁ କଡା ଦିଆଯାଇଛି ନିର୍ଦ୍ଦେଶ । ଧାନ କିଣା ଉପରେ ତୀକ୍ଷଣ ନଜର ରଖିବାକୁ ଅଧିକାରୀମାନଙ୍କୁ କୁହାଯାଇଛି । ଗତବର୍ଷ ଅପେକ୍ଷା ଚଳିତ ବର୍ଷ ଅଧିକ ଜମିରେ ଧାନ ଚାଷ ହୋଇଛି । ମଣ୍ଡିରେ ଧାନ ଦେଲେ ଚାଷୀଙ୍କୁ ଇନପୁଟ୍ ସବ୍‌ସିଡି ମଧ୍ୟ ମିଳୁଛି । ଯାହା ଫଳରେ ମଣ୍ଡି ଖୋଲୁଥିବାରୁ ଚାଷୀ ମାନେ ବେଶ୍ ଉତ୍ସାହିତ ଅଛନ୍ତି । ଯେଉଁମାନେ ପଞ୍ଜିକରଣ କରିଛନ୍ତି ସମସ୍ତଙ୍କ ଠାରୁ ଧାନକିଣା ହେବ ବୋଲି କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ