Masthead

ପିପିଲିରେ ରାଜନୈତିକ ହିଂସା, ବିଜେଡି କର୍ମୀଙ୍କ ଆକ୍ରମଣରେ ସମିତିସଭ୍ୟ ସମେତ ୩ ଆହତ

ପିପିଲି(ବଡ଼ ଖବର ବ୍ୟୁରୋ): ପୁରୀ ଜିଲ୍ଲା ପିପିଲିରେ ରାଜନୈତିକ ହିଂସା ଦେଖିବାକୁ ମଳିଛି। ପିପିଲିର ସହଜପୁର ପଞ୍ଚାୟତରେ ଗୁରୁବାର ରାତିରେ ଘଟିଛି ରାଜନୈତିକ ହିଂସା । ବିଜେଡି କର୍ମୀଙ୍କ ଆକ୍ରମଣରେ ବିଜେପିର ମଙ୍ଗଳପୁର ପଞ୍ଚାୟତ ସମିତି ସଭ୍ୟ ଗଦାଧର ପରିଡାଙ୍କ ସମେତ ଅନ୍ୟ ଦୁଇ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି । ଗଦାଧରଙ୍କ ଡାହାଣ ଗୋଡ ଭାଙ୍ଗିଥିବା ବେଳେ ଅନ୍ୟ ଜଣ ଙ୍କର ହାତ ଭାଙ୍ଗିଛି । ଗୁରୁତର ଅବସ୍ଥାରେ ଚିକିତ୍ସା ପାଇଁ ପ୍ରଥମେ ମଙ୍ଗଳପୁର ଓ ପରେ ସେମାନଙ୍କୁ କ୍ୟାପିଟାଲ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ଏହାକୁ ନେଇ ପିପିଲିରେ ଉତେଜନା ଲାଗି ରହିଛି । ଅଭିଯୁକ୍ତକୁ ଗିରଫ ଦାବୀ କରି ବିଜେପିର ବିଧାୟକ ପ୍ରାର୍ଥୀ ତଥା ପୁରୀ ଜିଲା ବିଜେପି ସଭାପତି ଆଶ୍ରିତ ପଟ୍ଟନାୟକଙ୍କ ସମେତ ଶତାଧିକ ବିଜେପି କର୍ମୀ ମାନେ ପିପିଲି ଥାନାକୁ ଘେରାଉ କରି ପ୍ରତିବାଦ କରିଛନ୍ତି । ସୂଚନା ଅନୁସାରେ ଗୁରୁବାର ରାତି ପ୍ରାୟ ୧୧ଘଟିକା ସମୟରେ ସୁହାଗପୁର ଗ୍ରାମର ଆଦିତ୍ୟ ପ୍ରସାଦ ପାଣିଙ୍କ ଘର ଉପରକୁ କିଛି ଲୋକ ଟେକା ପଥର ପକାଇ ଭୟଭୀତ କରୁଥିଲେ ।

ପୋଲିସ ଘଟଣା ସ୍ଥଳରେ ପହଁଚିବାରେ ବିଳମ୍ବ ହେବାରୁ ୫/୬ଜଣ ସମର୍ଥକ ମାନଙ୍କୁ ସାଙ୍ଗରେ ନେଇ ପଡୋଶୀ ମଙ୍ଗଳପୁରର ବିଜେପି ସମର୍ଥିତ ସମିତି ସଭ୍ୟ ଗଦାଧର ପରିଡ଼ାଙ୍କ ସମେତ କର୍ମୀ ବାଇକ ଯୋଗେ ସହଜପୁରକୁ ଯାଉଥିବା ସମୟରେ ସେଠାରେ ବିଜେଡି ସମର୍ଥିତ ପୂର୍ବତନ ସରପଞ୍ଚ, ବର୍ତ୍ତମାନ ସରପଞ୍ଚଙ୍କ ପ୍ରତିନିଧି ଓ ତାଙ୍କର ସମର୍ଥକ ମାନେ ସେମାନଙ୍କୁ ଗୋଡାଇ ଗୋଡାଇ ମରଣାନ୍ତକ ଆକ୍ରମଣ କରିଥବାର ଅଭିଯୋଗ ହୋଇଛି। ଏଥିରେ ଗଦାଧରଙ୍କ ଡାହାଣ ଗୋଡ ଭାଙ୍ଗିଥିବା ବେଳେ ସଞ୍ଜୟ ପଣ୍ଡାଙ୍କ ହାତ ଓ ମୁଣ୍ଡରେ ଗୁରୁତର ଆଘାତ ଲାଗିଛି । ଅନ୍ୟ ଜଣେ ମଧ୍ୟ ଆହତ ହୋଇଥିବା ସୂଚନା ମିଳିଛି । ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ପ୍ରବଳ ଉତେଜନା ଲାଗି ରହିଥିବା ବେଳେ ଘଟଣା ସ୍ଥଳରେ ପୋଲିସ ପହଁଚି ପରିସ୍ଥିତିକୁ ନିୟନ୍ତ୍ରଣ କରିଥିବା ବେଳେ ଗ୍ରାମରେ ପୋଲିସ ମୁତୟନ ରହିଛି । ଅଭିଯୁକ୍ତକୁ ଗିରଫ ଦାବୀ କରି ପିପିଲି ଥାନା ସମ୍ମୁଖରେ ପ୍ରାୟ ଦୁଇ ଘଣ୍ଟା ଧାରଣା ଦେଇଥିଲେ ବିଜେପି କର୍ମୀ । ରାତି ସାଢେ ଦୁଇଟାରେ ଏନେଇ ପୁଲିସ ରେ ଅଭିଯୋଗ କରାଯାଇଥିବା ବେଳେ ଆନ୍ଦୋଳନକାରୀ ଙ୍କୁ ପୁଲିସ ବୁଝା ଶୁଝା କରି ଅଭିଯୁକ୍ତ ମାନଙ୍କୁ ତୁରନ୍ତ ଗିରଫ କରିବାର ପ୍ରତିଶ୍ରୁତି ପରେ ଧାରଣା ରୁ ଓହରିଥିଲା ବିଜେପି । ସେପଟେ ଅଭିଯୋଗ କୁ ଭିତ୍ତି କରି ପିପିଲି ପୋଲିସ ଏକ ମାମଲା ରୁଜୁ କରିଥିବା ବେଳେ ଅଭିଯୁକ୍ତ ମାନଙ୍କୁ ତୁରନ୍ତ ଗିରଫ କରାଯିବ ବୋଲି ପିପିଲି ଏସଡିପିଓ ବିରଞ୍ଚି ପତି କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୫ ହଜାର କୋଟିର ଫାଇନ୍ ଗଣିବ ମେଟା 🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୫ ହଜାର କୋଟିର ଫାଇନ୍ ଗଣିବ ମେଟା