Masthead

ମଣିପୁର ଘଟଣା, ପୋଲିସ-ମହିଳା ଧସ୍ତାଧସ୍ତି

ଇମ୍ଫାଲ (ବଡ଼ ଖବର ବ୍ୟୁରୋ): ଦିନକୁ ଦିନ ମଣିପୁର ସ୍ଥିତି ଗମ୍ଭୀର ହେବାରେ ଲାଗିଛି । ଆଦିବାସୀ ମହିଳାଙ୍କୁ ଉଲଗ୍ନ କରି ରାସ୍ତାରେ ବୁଲାଇବା ସମଗ୍ର ଦେଶରେ ଲଜ୍ଜା ପରିସ୍ଥିତି ସୃଷ୍ଟି କରିଛି । ଘଟଣାକୁ ନେଇ ମାମଲାରେ ଆକ୍ରୋଶ ବଢ଼ିବାରେ ଲାଗିଛି। ଯାହାକୁ ନେଇ ଇମ୍ଫାଲର ଗାରି ଅଞ୍ଚଳରେ ମହିଳାମାନେ ଘଟଣାକୁ ନେଇ ବିରୋଧ ପ୍ରଦର୍ଶନ କରିଛନ୍ତି। ସେମାନେ ଟାୟାର ଜାଳିବା ସହ ନାରାବାଜି ଦେଉଥିବା ବେଳେ ପୋଲିସ ସହ ଧସ୍ତାଧସ୍ତି ମଧ୍ୟ ହୋଇଛନ୍ତି । ପରିସ୍ଥିତିକୁ ନିୟନ୍ତ୍ରଣକୁ ଆଣିବା ଲାଗି ପୋଲିସ ବିକ୍ଷୋଭକାରୀଙ୍କୁ ଘଉଡାଇ ଦେଇଛି।

ଏବେ ଅଞ୍ଚଳରେ ପୋଲିସ ଫ୍ଲାଗମାର୍ଚ୍ଚ କରୁଛି। ତେବେ ଶୁକ୍ରବାର ମଧ୍ୟ ଘଟଣାକୁ ବିରୋଧ କରି ଲୋକେ ରାସ୍ତାକୁ ଓହ୍ଲାଇଥିଲେ। ଏପରିକି ବିକ୍ଷୋଭକାରୀ ଜଣେ ଅଭିଯୁକ୍ତଙ୍କ ଘର ପୋଡି ମଧ୍ୟ ଦେଇଥିଲେ। ସେହିଭଳି ଘଟଣାରେ ଆଉ ଜଣେ ଅଭିଯୁକ୍ତ ଗିରଫ ହୋଇଛନ୍ତି। ଅଭିଯୁକ୍ତଙ୍କ ନାମ ୟାମଲେମ୍ବମ୍‌ ନଙ୍ଗସିଥୋଇ ମେଟାଇ ବୋଲି ଜଣାପଡ଼ିଛି। ପୂର୍ବରୁ ୪ ଅଭିଯୁକ୍ତ ଗିରଫ ହୋଇଥିବା ବେଳେ ଏବେ ମୋଟ ଗିରଫଦାରି ସଂଖ୍ୟା ୫କୁ ବୃଦ୍ଧି ପାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା