ମଣିପୁର ଘଟଣା, ପୋଲିସ-ମହିଳା ଧସ୍ତାଧସ୍ତି

ଇମ୍ଫାଲ (ବଡ଼ ଖବର ବ୍ୟୁରୋ): ଦିନକୁ ଦିନ ମଣିପୁର ସ୍ଥିତି ଗମ୍ଭୀର ହେବାରେ ଲାଗିଛି । ଆଦିବାସୀ ମହିଳାଙ୍କୁ ଉଲଗ୍ନ କରି ରାସ୍ତାରେ ବୁଲାଇବା ସମଗ୍ର ଦେଶରେ ଲଜ୍ଜା ପରିସ୍ଥିତି ସୃଷ୍ଟି କରିଛି । ଘଟଣାକୁ ନେଇ ମାମଲାରେ ଆକ୍ରୋଶ ବଢ଼ିବାରେ ଲାଗିଛି। ଯାହାକୁ ନେଇ ଇମ୍ଫାଲର ଗାରି ଅଞ୍ଚଳରେ ମହିଳାମାନେ ଘଟଣାକୁ ନେଇ ବିରୋଧ ପ୍ରଦର୍ଶନ କରିଛନ୍ତି। ସେମାନେ ଟାୟାର ଜାଳିବା ସହ ନାରାବାଜି ଦେଉଥିବା ବେଳେ ପୋଲିସ ସହ ଧସ୍ତାଧସ୍ତି ମଧ୍ୟ ହୋଇଛନ୍ତି । ପରିସ୍ଥିତିକୁ ନିୟନ୍ତ୍ରଣକୁ ଆଣିବା ଲାଗି ପୋଲିସ ବିକ୍ଷୋଭକାରୀଙ୍କୁ ଘଉଡାଇ ଦେଇଛି।

ଏବେ ଅଞ୍ଚଳରେ ପୋଲିସ ଫ୍ଲାଗମାର୍ଚ୍ଚ କରୁଛି। ତେବେ ଶୁକ୍ରବାର ମଧ୍ୟ ଘଟଣାକୁ ବିରୋଧ କରି ଲୋକେ ରାସ୍ତାକୁ ଓହ୍ଲାଇଥିଲେ। ଏପରିକି ବିକ୍ଷୋଭକାରୀ ଜଣେ ଅଭିଯୁକ୍ତଙ୍କ ଘର ପୋଡି ମଧ୍ୟ ଦେଇଥିଲେ। ସେହିଭଳି ଘଟଣାରେ ଆଉ ଜଣେ ଅଭିଯୁକ୍ତ ଗିରଫ ହୋଇଛନ୍ତି। ଅଭିଯୁକ୍ତଙ୍କ ନାମ ୟାମଲେମ୍ବମ୍‌ ନଙ୍ଗସିଥୋଇ ମେଟାଇ ବୋଲି ଜଣାପଡ଼ିଛି। ପୂର୍ବରୁ ୪ ଅଭିଯୁକ୍ତ ଗିରଫ ହୋଇଥିବା ବେଳେ ଏବେ ମୋଟ ଗିରଫଦାରି ସଂଖ୍ୟା ୫କୁ ବୃଦ୍ଧି ପାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’