Masthead

ଶାନ୍ତ ପଡିଆସୁଥିବା ମଣିପୁର ପୁଣି ହେଉଛି ଅଶାନ୍ତ

ଇମ୍ଫାଲ (ବଡ଼ ଖବର ବ୍ୟୁରୋ): ଶାନ୍ତ ପଡ଼ିଆସୁଥିବା ମଣିପୁରରେ ପୁଣି ବଢିବାରେ ଲାଗିଛି ଅଶାନ୍ତି । କିଛି ଦିନ ତଳେ ଲମ୍ବୁଲେନ୍‌ ଅଞ୍ଚଳରେ ଥିବା ୩ ଘରକୁ ଅଜ୍ଞାତ ଦୁର୍ବୃତ୍ତ ନିଆଁ ଲଗାଇ ଦେଇଥିଲେ । ଖାଲି ସେତିକି ନୁହେଁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ପୂର୍ବତନ ନିର୍ଦ୍ଦେଶକ କେ. ରଜୋଙ୍କ ବାସଭବନ ଆଗରେ ମୁତୟନ ଥିବା ସୁରକ୍ଷାକର୍ମୀଙ୍କଠାରୁ ଦୁର୍ବୃତ୍ତମାନେ ୩ଟି ବନ୍ଧୁକ ଛଡ଼ାଇ ନେଇଯାଇଥିଲେ । ଆଊ ଏବେ ବିଷ୍ଣୁପୁର-ଚୁରାଚାନ୍ଦପୁର ସୀମାରେ ଅଜ୍ଞାତ ଦୁର୍ବୃତ୍ତଙ୍କ ଗୁଳିମାଡରେ ୨ ଜଣଙ୍କ ମତ୍ୟୁ ହୋଇଥିବା ବେଳେ ୭ରୁ ଅଧିକ ଆହତ ହୋଇଛନ୍ତି ।

ମଙ୍ଗଳବାର ନରସେନା ଗାଁ ନିକଟ ଜମିରେ ଚାଷ କରୁଥିବା କୃଷକଙ୍କ ଉପରେ ଗୁଳିମାଡ କରିଥିଲେ କିଛି ଦୁର୍ବୃତ୍ତ । ଗୁଳିମାଡରେ ଆହତ ଚାଷୀଙ୍କୁ ତୁରନ୍ତ ମେଡିକାଲ ନିଆଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ମୈତେଇ ବହୁଳ ବିଷ୍ଣୁପୁର ଓ କୁକି ସଂପ୍ରଦାୟ ବହୁଳ ଚୁରାଚାନ୍ଦପୁର ସୀମାରେ ଗୁଳି ମାଡ ପରେ ପ୍ରତିହିଂସାର ନିଆଁ ଜଳିଛି । ଅଘଟଣର ଆଶଙ୍କା କରି ସମ୍ବେଦନଶୀଳ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ଅଜ୍ଞାତ ବ୍ୟକ୍ତିଙ୍କ ବିରୋଧରେ ମାମଲା ରୁଜୁ କରି ପୋଲିସ ତଦନ୍ତ ଚଲାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା