Masthead

କୁକି ଓ ମୈତେଇଙ୍କ ମଧ୍ୟରେ ଗୁଳି ବିନିମୟ, ୫ରୁ ଅଧିକ ମୃତ

ଇମ୍ଫାଲ  (ବଡ଼ ଖବର ବ୍ୟୁରୋ): ଶାନ୍ତ ହୋଇଆସୁଥିବା ମଣିପୁର ପୁଣି ଥରେ ଧୀରେ ଧୀରେ ଅଶାନ୍ତ ହେବାରେ ଲାଗିଛି । କିଛି ଦିନ ତଳେ ଲମ୍ବୁଲେନ୍‌ ଅଞ୍ଚଳରେ ଥିବା ୩ ଘରକୁ ଅଜ୍ଞାତ ଦୁର୍ବୃତ୍ତ ନିଆଁ ଲଗାଇ ଦେଇଥିଲେ । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ପୂର୍ବତନ ନିର୍ଦ୍ଦେଶକ କେ. ରଜୋଙ୍କ ବାସଭବନ ଆଗରେ ମୁତୟନ ଥିବା ସୁରକ୍ଷାକର୍ମୀଙ୍କଠାରୁ ଦୁର୍ବୃତ୍ତମାନେ ୩ଟି ବନ୍ଧୁକ ଛଡ଼ାଇ ନେଇଯାଇଥିଲେ । ଖାଲି ସେତିକି ନୁହେଁ ବିଷ୍ଣୁପୁର-ଚୁରାଚାନ୍ଦପୁର ସୀମାରେ ଅଜ୍ଞାତ ଦୁର୍ବୃତ୍ତଙ୍କ ଗୁଳିମାଡରେ ୨ ଜଣଙ୍କ ମତ୍ୟୁ ହୋଇଥିବା ବେଳେ ୭ରୁ ଅଧିକ ଆହତ ହୋଇଥିଲେ ।

ଏବେ କୁକି ଓ ମୈତେଇଙ୍କ ମଧ୍ୟରେ ଗୁଳି ବିନିମୟ ହେବା ଫଳରେ ୫ରୁ ଅଧିକ ମୃତ୍ୟୁହୋଇ ଥିବା ଜଣପଡ଼ିଛି । ଗତ ୭୨ ଘଣ୍ଟାରେ ୮ଜଣ ଲୋକଙ୍କ ମୃତ୍ୟୁ ହୋଇଥିବା ନେଇ ସୂଚନା ମିଳିଛି । ସେହିପରି ୧୮ ଜଣ ଆହତ ମଧ୍ୟ ହୋଇଛନ୍ତି । ବିଷ୍ଣୁପୁର ଜିଲ୍ଲାର ଖୋଇରାଣ୍ଟକର ପାଦଦେଶ ଓ ଚୁରାଚାନ୍ଦପୁର ଜିଲ୍ଲାର ଚିଙ୍ଗାପେଇ ଓ ଖୌସାବୁଙ୍ଗ ଅଞ୍ଚଳରେ ଏହି ଗୁଳି ବିନିୟମ ହୋଇଥିବା ଅଧିକାରୀ କହିଛନ୍ତି ।

ଅଧିକାରୀ ଜଣକ କହିଛନ୍ତି, ମଙ୍ଗଳବାର ଖୋଇରାଣ୍ଟକ ଅଞ୍ଚଳରେ ପ୍ରବଳ ଗୁଳିବିନିମୟ ପରେ ଜଣେ ୩୦ ବର୍ଷୀୟ ସ୍ୱେଚ୍ଛାସେବୀଙ୍କ ମୃତ୍ୟୁ ହୋଇଥିଲା । ଯାହା ପରେ ହିଂସା ଜୋର ଧରିଥିଲା । ଗୁଳିବିନିମୟରେ କୁକି ସମ୍ପ୍ରଦାୟର ୨ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ